ସୋଲରି ରେଳ ଷ୍ଟେସନ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର

ବାଲୁଗାଁ : ଖୋର୍ଦ୍ଧା ରୋଡ ରେଳ ଡିଭିଜନ ଅନ୍ତର୍ଗତ ବାଲୁଗାଁ ନିକଟସ୍ଥ ସୋଲରି ରେଳ ଷ୍ଟେସନ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର । ମୃତ ଯୁବକ ଜଣଙ୍କ ହେଉଛନ୍ତି ବାଣପୁର ଅଞ୍ଚଳର ଗଗନ ଆଚାର୍ଯ୍ୟଙ୍କ ପୁଅ ଅସିତ ଆଚାର୍ୟ୍ୟ (୨୦ ବର୍ଷ) । ଖବର ପାଇ ଘଟଣାସ୍ଥଳରେ ଖୋର୍ଦ୍ଧା ରୋଡ ଜିଆରପି ପହଞ୍ଚି ଶବ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ବାଣପୁର ମେଡିକାଲ ପଠାଇଛି ।

ଟ୍ରେନରୁ ଖସି ପଡ଼ିଥିବାରୁ ଯୁବକଙ୍କ ମୃତ୍ୟୁ ହୋଇଥାଇପାରେ ବୋଲି ଜିଆରପି ଏଏସଆଇ ପରୀକ୍ଷିତ ନାୟକ ସୂଚନା ଦେଇଛନ୍ତି । ଏନେଇ ଜିଆରପି କେସ ନମ୍ବର ୨୫/୨୩ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି । ମୃତ ଅସିତ ଦିଲ୍ଲୀରେ ଚାକିରି କରୁଥିବାର ଜଣାପଡିଛି ।

Leave A Reply

Your email address will not be published.