ରାସ୍ତାକଡ଼ରୁ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଥାନା ଝୁପଡ଼ିପଡ଼ା ରାସ୍ତାରେ ଜଣେ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର ହୋଇଥିବା ଖବର ମିଳିଛି । ମୃତକ ଜଣକ ଭବାନୀପାଟଣା ଅଞ୍ଚଳର ଜଗନ୍ନାଥ ଗହୀର ବୋଲି ଜଣାପଡିଛି । ଜଗନ୍ନାଥଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ବେଳେ ସେ ଝୁପଡ଼ିପଡ଼ା ତାଙ୍କ ସମ୍ପର୍କୀୟ ଘରକୁ ଆସିଥିଲେ । ରକ୍ତାକ୍ତ ଅବସ୍ଥାରେ ଝୁପଡ଼ିପଡ଼ାର ତାଙ୍କ ସମ୍ପର୍କୀୟ ଡାକ୍ତରଖାନା ଆଣିଥିବା ବେଳେ ଡାକ୍ତର ଜଗନ୍ନାଥଙ୍କୁ ମୃତ ଘୋଷଣା କରିଛନ୍ତି । ଅନ୍ୟପକ୍ଷରେ ଜଗନ୍ନାଥଙ୍କ ମୃତ୍ୟୁ କେମିତି ହେଲା ତାହା ସ୍ପଷ୍ଟ ହୋଇନଥିବା ବେଳେ ହତ୍ୟା କରାଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡୁଛି । କଣ୍ଟାବାଞ୍ଜି ପୁଲିସ ଡାକ୍ତରଖାନା ପହଞ୍ଚି ଶବ ଜବତ କରି ଅଧିକ ତଦନ୍ତ ଆରମ୍ଭ କରୁଛି ।

Leave A Reply

Your email address will not be published.

8 + eighteen =