ଅଜଣା ଯୁବତୀଙ୍କ ମୃତଦେହ ଉଦ୍ଧାର

ଉଦଳା : ଉଦଳା ଥାନା ମଧୁପୁର ଜଙ୍ଗଲରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିବା ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ସୂଚନାନୁଯାୟୀ, ମଧୁପୁର ଜଙ୍ଗଲ ଭିତରେ ଏକ ଛୋଟ ଲତା ଗଛରେ ଜଣେ ଯୁବତୀଙ୍କ ମୃତଦେହ ଝୁଲୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି । ଯୁବତୀଙ୍କ ପରିଚୟ ମିଳିପାରି ନଥିବା ବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ତବେ ଏହି ଯୁବତୀ ଜଣକ କିଏ ଏବଂ ସେ ଏହି ଜଙ୍ଗଲକୁ କିପରି ଆସିଲେ ତାହା ଜଣାପଡି ନାହିଁ । କେହି ତାଙ୍କୁ ହତ୍ୟା କରି ଝୁଲାଇ ଦେଇଥାଇ ପାରେ ବୋଲି ସନ୍ଦେହ କରାଯାଉଛି ।

Leave A Reply

Your email address will not be published.