pakka

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

kalikesh

ବୋରିଗୁମ୍ମା : କୋରାପୁଟ ଜିଲ୍ଲା ବୋରିଗୁମ୍ମା ସ୍ଥିତ ମିଲସାହିରେ ଆଜି ସକାଳୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିବା ଜଣାପଡିଛି । ପାରିବାରିକ ଅଶାନ୍ତି କାରଣରୁ ଯୁବକ ଜଣଙ୍କ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି ।

ସୂଚନାନୁଯାୟୀ, ବୋରିଗୁମ୍ମା ସ୍ଥିତ ମିଲସାହିରେ ଛତୁଆ ଗୋଦାମ ନିକଟରେ ଥିବା ଏକ ଗଛରେ ଜଣେ ଯୁବକଙ୍କ ମୃତଦେହ ଝୁଲୁଥିବା ସ୍ଥାନୀୟ ଲୋକମାନେ ଦେଖି ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଯୁବକଙ୍କ ମୃତଦେହ ଉଦ୍ଧାର କରିଛି । ମୃତକ ଜଣଙ୍କ ହେଉଛନ୍ତି ସ୍ଥାନୀୟ ଅଞ୍ଚଳର ନେତ୍ରାନନ୍ଦ ଦାସ । ପାରିବାରିକ ଅଶାନ୍ତି ଯୋଗୁଁ ନେତ୍ରାନନ୍ଦ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ପୋଲିସ କହିଛି ।

pp
Leave A Reply

Your email address will not be published.

eighteen + 3 =