ବାଉଁଶବୁଦାରୁ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର : ହତ୍ୟା ସନ୍ଦେହ

ଟାଙ୍ଗୀ : ବାଉଁଶବୁଦାରୁ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର । ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ଥିବା ଦୁଲ୍ଲଣୀ ଗାଁର ଶାଳିଆ ନଦୀ ବାଉଁଶବୁଦାରୁ ଜଣେ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି । ସୂଚନାନୁଯାୟୀ, ଗୁରୁବାର ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଦୁଲ୍ଲଣୀ ଗ୍ରାମ ଶାଳିଆ ନଦୀ ବାଉଁଶବୁଦାରେ ଜଣେ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ । ଖବର ପାଇ ବାଣପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ମୃତକଙ୍କ ପରିଚୟ ମିଳିପାରି ନାହିଁ । ମୃତ ବ୍ୟକ୍ତିଙ୍କୁ କେହି ହତ୍ୟା କରି ବାଉଁଶ ବୁଦାରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି ।

Leave A Reply

Your email address will not be published.

14 + sixteen =