୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଷୀଙ୍କ ମୃତ୍ୟୁ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଟାଉନ ଥାନା ଅଧୀନସ୍ଥ କଳାପାଣି ଛକ ନିକଟସ୍ଥ ଚାଷଜମି ଉପରେ ଛିଣ୍ଡି ପଡିଥିବା ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଆଜି ସକାଳୁ ଏସ ସେତରାଜୁ ନାମକ ଚାଷୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ସୂଚନା ଅନୁସାରେ ମୃତକ ଏସ୍‌ ସତରାଜୁ(୬୫) କଳାପାଣି ଛକରେ ରହୁଥିଲେ । ସେ ଜମି ହିଡକୁ ଘାସ କାଟିବାକୁ ଯାଇଥିବା ବେଳେ ସେ ଜମି ହିଡରେ ଛିଣ୍ଡି ପଡି ଥିବା ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଯାଇଥିଲେ । ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା । ଏନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି । ମୃତକଙ୍କ ପରିବାର ଲୋକଙ୍କୁ କ୍ଷତିପୂରଣ ପ୍ରଦାନ ଏବଂ କର୍ତ୍ତବ୍ୟରେ ଅବହେଲା କରିଥିବା ବିଦ୍ୟୁତ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବୀ କରାଯାଇଛି । ଉତ୍ତ୍ୟକ୍ତ ଲୋକେ କଳାପାଣି ଛକରେ ସମ୍ବଲପୁର ବରଗଡ଼ ୬ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି । ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହାନ ଅଟକି ରହି ଟ୍ରାଫିକ ସମସ୍ୟା ସୃଷ୍ଟି ହୋଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି ।

Leave A Reply

Your email address will not be published.