om academy

ଖୁଜେନପାଲି ଗ୍ରାମରେ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ

jsm

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ଥାନା ଅନ୍ତର୍ଗତ ଖୁଜେନପାଲି ଗାଁ ଦାଣ୍ଡରେ ରବିବାର ସକାଳେ ଜଣେ ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି । ମୃତ ଯୁବକ ଜଣଙ୍କ ହେଉଛନ୍ତି ସେହି ଗାଁର କୁମ୍ଭାର ଗଳିରେ ରହୁଥିବା ସୁରେଶ ଭୁଏ (୪୫) । ମୃତକଙ୍କ ପରିବାର ଲୋକେ ଏହା ଏକ ହତ୍ୟାକାଣ୍ଡ ବୋଲି ଅଭିଯୋଗ କରିଛନ୍ତି । ସଦର ଥାନା ପୋଲିସ ଟିମ ସହ ଏସ୍‌ଡିପିଓ ତୁଫାନ ବାଗ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ଯୁବକଙ୍କ ମୃତଦେହ ଉପରେ ବାଉଁଶ ଚାଳ ଓ ଲମ୍ବା ବାଉଁଶ ପଡ଼ିଛି । ପାରିପାର୍ଶିକ ସ୍ଥିତିକୁ ଅନୁଧ୍ୟାନ କଲେ ଏହା ଏକ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି ।

Leave A Reply

Your email address will not be published.