କୋରାପୁଟ : ମାଲ୍ ବୋଝେଇ ଟ୍ରକ ଏବଂ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଯେଉଁଥିରେ କାର୍ ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି । ଖବର ଅନୁସାରେ ଛତିଶଗଡ଼ ଠାରୁ ଆନ୍ଧ୍ର ଅଭିମୁଖେ ଯାଉଥିବା ଏକ ମାଲ ବୋଝେଇ ଟ୍ରକ୍ । ଏହି ସମୟରେ କୋରାପୁଟ ଲାଣ୍ଡିଗୁଡ଼ା ନିକଟରେ ଏକ କାର ସହ ମୁହାଁମୁହିଁ ଧକ୍କା ହୋଇଥିଲା । ନନ୍ଦପୁରରୁ କାର ଯୋଗେ ଯାଉଥିବା ପରିବାରର ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଥିବା ଜଣାପଡିଛି । ଗୁରୁତରଙ୍କୁ ଉଦ୍ଧାର କରି କୋରାପୁଟ ମେଡିକାଲ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେପଟେ ଦୁର୍ଘଟଣା ସଂପର୍କରେ ଖବର ପାଇ କୋରାପୁଟ ଟାଉନ୍ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।