centurian jitm

ମୁଖ୍ୟମନ୍ତ୍ରୀ ନବୀନଙ୍କ ମୟୂରଭଞ୍ଜ ଜିଲ୍ଲା ଗସ୍ତ : ବାଣ୍ଟିଲେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ଼

nschool

ମୟୂରଭଞ୍ଜ : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୟୂରଭଞ୍ଜ ଜିଲ୍ଲାର ବାରିପଦାକୁ ଗସ୍ତ କରି ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ଼ ବଣ୍ଟନ କରିଛନ୍ତି । ଏହାପରେ ମୁଖ୍ୟମନ୍ତ୍ରୀ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି । ଏ ପର୍ଯ୍ୟନ୍ତ ରାଜ୍ୟରେ ୧୦ଲକ୍ଷ ହିତାଧିକାରୀ କାର୍ଡ ପାଇଥିବା ବେଳେ ୧୦ ହଜାର ୬୫୭ ହିତାଧିକାରୀ ସ୍ୱାସ୍ଥ୍ୟ ସେବା ସୁବିଧା ପାଇଥିବା ଜଣାପଡିଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, “ପ୍ରତିଟି ଜୀବନ ମୋ ପାଇଁ ମୂଲ୍ୟବାନ । ଲୋକେ ଚିକିତ୍ସା ପାଇଁ ଜମି ବିକିବା, ଋଣ କରିବାର ଖବର ମୋତେ ଦୁଃଖ ଦିଏ । ରାଜ୍ୟରେ ଏହି କାର୍ଡ ଗରିବ ଲୋକଙ୍କର ଦୁଃଖ ଦୂର କରିବ ।”

Leave A Reply

Your email address will not be published.