om academy

୨୨ରେ ବାଲେଶ୍ୱର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

jsm

ବାଲେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ୱରବାସୀଙ୍କୁ ନୂଆବର୍ଷ ଭେଟି ଦେବେ । ଏଥିପାଇଁ ଆସନ୍ତା ୨୨ ତାରିଖରେ ବାଲେଶ୍ୱର ଗସ୍ତରେ ଆସିବେ ମୁଖ୍ୟମନ୍ତ୍ରୀ । ଜିଲ୍ଲାର ବହୁ ପ୍ରକଳ୍ପ ଲୋକାର୍ପଣ ସହିତ ଅନେକ ନୂତନ ପ୍ରକଳ୍ପର ଶିଳାନ୍ୟାସ କରିବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ମଧ୍ୟାହ୍ନ ସୁଦ୍ଧା ବାଲେଶ୍ୱରରେ ପହଞ୍ଚିବେ । ବାଲେଶ୍ୱରର ପୁଲିସ ଲାଇନ ପଡ଼ିଆରେ ଆୟୋଜିତ ସାଧାରଣ ସଭାରେ ଉଦ୍‌ବୋଧନ ଦେବେ । ପରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ୫ଶହ କୋଟି ଟଙ୍କାର ଉନ୍ନୟନମୂଳକ ପ୍ରକଳ୍ପକୁ ଲୋକାର୍ପିତ କରିବେ । ସେହିଭଳି ଜିଲ୍ଲାର ବିଭିନ୍ନ ବ୍ଲକରେ ୧୫ଶହ କୋଟିରୁ ଅଧିକ ଟଙ୍କାର ବିବିଧ ପ୍ରକଳ୍ପର ଶିଳାନ୍ୟାସ କରିବେ । ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତକୁ ସଦର ବିଧାୟକ ସ୍ୱରୂପ କୁମାର ଦାସ ସ୍ୱୀକାର କରିଛନ୍ତି ।

Leave A Reply

Your email address will not be published.