ଚାଷୀକୁ ବିନା ସୁଧରେ ଋଣ ଦେବାରେ ଓଡ଼ିଶା ୧ମ ରାଜ୍ୟ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୨୦୨୨-୨୩ ବର୍ଷରେ ଚାଷୀଙ୍କୁ ସମୁଦାୟ ₹୮୫୬.୯୯ କୋଟିର ସୁଧ ରିହାତି ମିଳିଛି । ଚାଷୀକୁ ବିନା ସୁଧରେ ଋଣ ଦେବାରେ ଓଡ଼ିଶା ୧ମ ରାଜ୍ୟ ଓ କାଳିଆ ପରି କଲ୍ୟାଣ ଯୋଜନା କରିବାରେ ମଧ୍ୟ ଓଡ଼ିଶା ୧ମ ରାଜ୍ୟ । ସୁଧ ରିହାତି ଯୋଗୁଁ ଚାଷୀମାନଙ୍କୁ ଟଙ୍କାଟିଏ ବି ସୁଧ ଦେବାକୁ ପଡିଲା ନାହିଁ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିଛନ୍ତି । ସମବାୟ ଆନ୍ଦୋଳନ ଆଜି ଶକ୍ତିଶାଳୀ ହୋଇଛି । ଫସଲ ଋଣର ୬୦% କେବଳ ସମବାୟ କ୍ଷେତ୍ର ହିଁ ଯୋଗାଉଛି । ଚାଷୀମାନେ ଆମର ଗର୍ବ । ସେମାନଙ୍କ ପରିଶ୍ରମ ଓ ନିଷ୍ଠା ଯୋଗୁଁ କୃଷି କ୍ଷେତ୍ରରେ ଓଡ଼ିଶା ଦେଶର ଏକ ଆଗୁଆ ରାଜ୍ୟ ହୋଇପାରିଛି । ଚାଷୀଙ୍କ କଲ୍ୟାଣ ପାଇଁ ଉଦ୍ୟମ ଜାରି ରହିଛି ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.