pakka

ଆଜି ୪ ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

bbehera

ଭୁବନେଶ୍ୱର : ସାଧାରଣ ନିର୍ବାଚନ ପାଇଁ ଦ୍ୱିତୀୟ ଥର ନିର୍ବାଚନୀ ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ପ୍ରଚାର ପାଇଁ ୪ଟି ଜିଲ୍ଲା ଗସ୍ତ କରିବେ ନବୀନ ପଟ୍ଟନାୟକ । ପ୍ରଥମେ କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାକୁ ଯିବେ । ପୂର୍ବାହ୍ନରେ କୋରାପୁଟ ଓଏମ୍‌ପି ପଡ଼ିଆରେ ଜନସଭାରେ ଉଦ୍‌ବୋଧନ ଦେବେ । ଏହା ପରେ ନବରଙ୍ଗପୁର ମାଝିଗୁଡ଼ା ଗ୍ରାଉଣ୍ଡରେ ରହିଛି ନବୀନଙ୍କ ନିର୍ବାଚନୀ ରାଲି । ଅପରାହ୍ଣରେ ରାୟଗଡ଼ା ଟିକିରି ମୁସୁରିପଲ୍ଲାର ଛକ ଠାରେ ସାଧାରଣ ସଭାରେ ଯୋଗଦେବେ । ଏହାପରେ ଗଜପତିର ପାରଳାଖେମୁଣ୍ଡି ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ସମ୍ବୋଧନ କରିବେ । ପ୍ରଥମ ପର୍ଯ୍ୟାୟରେ ଏହି ୪ଟି ଜିଲ୍ଲାରେ ନିର୍ବାଚନ ଥିବାବେଳେ, ବିଜେଡି ପ୍ରାର୍ଥୀଙ୍କ ଲାଗି ଭୋଟ ଭିକ୍ଷା କରିବେ ନବୀନ ।

jay balangir
Leave A Reply

Your email address will not be published.

17 − 9 =

error: Content is protected !!