oum

ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

jsm
  • ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତିଙ୍କୁ ରଥଯାତ୍ରା ପାଇଁ ଆସିବାକୁ ନିମନ୍ତ୍ରଣ କଲେ
  • ପ୍ରଧାନ ମନ୍ତ୍ରୀଙ୍କୁ ଓଡ଼ିଶା ଗସ୍ତ କରିବାକୁ କଲେ ଅନୁରୋଧ
  • ଅର୍ଥ ମନ୍ତ୍ରୀ, ସଡ଼କ ପରିବହନ ମନ୍ତ୍ରୀ ଓ ଶିକ୍ଷା ମନ୍ତ୍ରୀଙ୍କ ସହିତ ବିକଶିତ ଓଡିଶା ପାଇଁ ରୋଡ୍‌ ମ୍ୟାପ ଉପରେ ଆଲୋଚନା

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା ଆଜି ନୂଆଦିଲ୍ଲୀ ଠାରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଏବଂ ଉପରାଷ୍ଟ୍ରପତି ଜଗଦୀପ ଧନକଡଙ୍କୁ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିଛନ୍ତି ।
ଏହି ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ଉଭୟ ରାଷ୍ଟ୍ରପତି ଓ ଉପ ରାଷ୍ଟ୍ରପତିଙ୍କୁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପ୍ରସିଦ୍ଧ ରଥଯାତ୍ରା ଦେଖିବା ପାଇଁ ଓଡ଼ିଶା ଆସିବାକୁ ଅନୁରୋଧ କରିଛନ୍ତି । ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମଧ୍ୟ ସାକ୍ଷାତ କରି ଆଲୋଚନା କରିଛନ୍ତି । ଶପଥ ଗ୍ରହଣ ଉତ୍ସବକୁ ପ୍ରଧାନ ମନ୍ତ୍ରୀ ନିଜେ ଆସି ଥିବାରୁ ମୁଖ୍ୟମନ୍ତ୍ରୀ ତାଙ୍କୁ ଧନ୍ୟବାଦ ଜଣାଇବା ସହ କୃତଜ୍ଞତା ପ୍ରକାଶ କରିଥିଲେ । ଆଗାମୀ ଦିନରେ ଓଡ଼ିଶା ଗସ୍ତ କରିବାକୁ ସେ ପ୍ରଧାନ ମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଥିଲେ । ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ଅର୍ଥ ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସିଥାରମଣ, ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଏବଂ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ମଧ୍ୟ ସାକ୍ଷାତ କରି ଆଲୋଚନା କରିଛନ୍ତି । ଆଲୋଚନାରେ ଏକ ବିକଶିତ ଓଡିଶା ଗଠନ ପାଇଁ ରୋଡ୍‌ ମ୍ୟାପ ପ୍ରସ୍ତୁତ କରିବା ଉପରେ ଗୁରୁତ୍ୱ ଦିଆଯାଇଥିଲା । ୨୦୩୬ରେ ଓଡ଼ିଶା ସ୍ୱତନ୍ତ୍ର ପ୍ରଦେଶ ଗଠନର ୧୦୦ ବର୍ଷ ପୂରଣ କରୁଥିବାରୁ ତାକୁ ଦୃଷ୍ଟିରେ ରଖି ରୋଡ୍‌ ମ୍ୟାପ ପ୍ରସ୍ତୁତ କରିବା ସମ୍ପର୍କରେ ଆଲୋଚନା ହୋଇଥିଲା । ମୁଖ୍ୟମନ୍ତ୍ରୀ ଏହି ସବୁ କେନ୍ଦ୍ର ମନ୍ତ୍ରୀ ମାନଙ୍କୁ ରଥଯାତ୍ରା ପାଇଁ ଓଡ଼ିଶା ଆସିବାକୁ ନିମନ୍ତ୍ରଣ କରିଥିଲେ ।

Leave A Reply

Your email address will not be published.