ଭୁବନେଶ୍ୱର, (କେପିଏନ୍ଏସ୍) : କୋଭିଡ ମହାମାରୀର ମୁକାବିଲା ଏକ ମିଳିତ ସାମାଜିକ ଦାୟିତ୍ୱ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମତବ୍ୟକ୍ତ କରିଛନ୍ତି । ଭିଡିଓ କନ୍ଫରେନ୍ସିଂ ଜରିଆରେ ଦେବଗଡରେ ବେଦାନ୍ତ ଗ୍ରୁପ ସହଯୋଗରେ ନିର୍ମିତ ୧୦୦ଟି ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ଉଦ୍ଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି ।