କେନ୍ଦୁଝର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର କେନ୍ଦୁଝର ଜିଲ୍ଲା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଚିକିତ୍ସା ସେବା ଯୋଗାଇ ଦେବାନେଇ ଆଡଭାନ୍ସ ଲାଇଫ ସପୋର୍ଟ ସିଷ୍ଟମ ଥିବା ୩ଟି ଅତ୍ୟାଧୁନିକ ଆମ୍ବୁଲାନ୍ସର ଶୁଭାରମ୍ଭ କରିଛନ୍ତି । କେନ୍ଦୁଝର ଖଣି ବହୁଳ ଜିଲ୍ଲା ହୋଇଥିବାରୁ ଜିଲ୍ଲାରେ ମାତ୍ରାଧିକ ଗାଡି ଚଳାଚଳ କରିଥାଏ । ଏନେଇ ବିଭିନ୍ନ ସମୟରେ ଦୁର୍ଘଟଣା ଘଟୁଥିବା ନଜର ରହିଛି । ଏହାକୁ ଦୃଷ୍ଟିରେ ରଖିବା ସହ ଜିଲ୍ଲାର ଅପହଞ୍ଚ ଅଞ୍ଚଳରେ ଏହି ଅତ୍ୟାଧୁନିକ ଆମ୍ବୁଲାନ୍ସ ସେବା ସହାୟକ ହେବ ବୋଲି କେନ୍ଦୁଝର ଜିଲ୍ଲାର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ଇଣ୍ଡିଆନ ବାଇବାର୍ଥ ପ୍ରକାଶ କରିଛି । ୩ଟି ଘରୋଇ ସଂସ୍ଥାର ଅନୁଦାନରେ ଏହି ଅତ୍ୟାଧୁନିକ ଆମ୍ବୁଲାନ୍ସ ପ୍ରଦାନ କରାଯାଇଥିବା ସୂଚନା ମିଳିଛି ।

Next Post