csstore

ମୁରିବାହାଲ ପଞ୍ଚାୟତ ସମିତି ଡ଼ିଗ୍ରୀ ମହାବିଦ୍ୟାଳୟରେ ବିଭିନ୍ନ ପ୍ରକାର କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ନୁଆଁ -ଓ ଯୁବ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମର ଷଷ୍ଠ ଦିନରେ ଆଜି ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ମୁରିବାହାଲରେ ବିଭିନ୍ନ ପ୍ରକାର କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ରୂପେ ମୁରିବାହାଲ ତହସିଲଦାର ଆୟୁବ ମଣ୍ଡଳ ଯୋଗ ଦେଇ କ୍ରୀଡା ଦ୍ଵାରା ଛାତ୍ରଛାତ୍ରୀଙ୍କ ଶାରୀରିକ, ମାନସିକ ଓ ବୌଦ୍ଧିକ ପରିପ୍ରକାଶ ହୋଇଥାଏ ବୋଲି ମତବ୍ୟକ୍ତ କରିଥିଲେ । ଅଧ୍ୟକ୍ଷ ସରୋଜ କୁମାର ନାୟକ ସଭାପତିତ୍ୱ ଓ ନୋଡାଲ ଅଫିସର, ଓଡ଼ିଆ ଅଧ୍ୟାପକ ଦିଲୀପ କୁମାର ପଶାୟତ ସଭା ପରିଚାଳନା କରିଥିଲେ । ଆଜି ତିନୋଟି ବର୍ଷର ପିଲାମାନଙ୍କ ମଧ୍ୟରେ ବିଭିନ୍ନ ପ୍ରକାର ଦୌଡ ଓ ଖେଳ ହାଇସ୍କୁଲ ପଡିଆରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗିତାରେ ଅଧ୍ୟାପକ ପୂର୍ଣ୍ଣଚନ୍ଦ୍ର ପଧାନ, ଗୁଣସାଗର ମେହେର, ସୋମେଶଦତ୍ତ ହୋତା, ଘନଶ୍ୟାମ ଖମାରୀ, ଭ୍ରିଙ୍ଗରାଜ ରଣା, ପ୍ରେମଚାନ୍ଦ ତାଣ୍ଡି, ଛନ୍ଦାଚରଣ ଖୁଣ୍ଟିଆ, ପଙ୍କଜ ସାହୁ, ମୀରାବାଈ ଗଡତ୍ୟା, ଶୈଳିକା ନାଏକ, ସରିତା ରଣା, ଫାଲଗୁନି ଦାସ, କୈଳାସ ଯାନୀ, ବାବୁଲା ନାଏକ, ବିଜୟ କଳତା, ଶରତ ପଧାନଙ୍କ ସହ ଅନିରୁଦ୍ଧ ପଧାନ, ଅଭୟ ଦାସ, କୈଳାସ ଦାସ, ସୁନିତା ବଘାର, ଡମ୍ବରୁ ରଣା, କାଳିଆ ପଧାନ, ଶଶୀ ପଶାୟତ, ଦିଲୀପ ଘିଭେଲା, ମାନିନୀ ଓ ପଙ୍କଜିନୀ ପ୍ରମୁଖ ସହଯୋଗ କରିଥିଲେ ।

jayashree
Leave A Reply

Your email address will not be published.