ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା : ଜଣେ ମୃତ

ଭଦ୍ରକ: ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା । ଜଣଙ୍କର ମୃତ୍ୟୁ ହୋଇଥିବା ଦୁଇ ଜଣ ଗୁରୁତର ହୋଇଛନ୍ତି । ମୃତାହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ଭଦ୍ରକରୁ ବାସୁଦେବପୁର ରାସ୍ତାର ହଳଦୀଡିହ ଛକ ନିକଟରେ ଘଟିଛି ଦୁର୍ଘଟଣା । ଏହି ସମୟରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଯାହାଫଳରେ ଗାଡ଼ିରେ ଥିବା ଆରୋହୀଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି । ଏହାପରେ ତୁରନ୍ତ ମୃତାହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ବାକି ଗୁରୁତରଙ୍କ ମଧ୍ୟରେ ଜଣେ ଯୁବତୀ ଥିବା ସୂଚନା ମିଳିଛି ।

jittmm
Leave A Reply

Your email address will not be published.