om academy

କୁସ୍ତୁନା ଜଙ୍ଗଲରୁ ନିଖୋଜ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

jsm

ସୁନ୍ଦରଗଡ଼ : ସୁନ୍ଦରଗଡ ଜିଲ୍ଲା ବଡଗାଁ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି । କୁସ୍ତୁନା ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଏହି ଘଟଣାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଥିବା ସୂଚନା ମିଳିଛି । ମଙ୍ଗଲବାର ଦିନଠାରୁ ନାବାଳିକା ଜଣକ କୌଣସି କାମରେ ଯାଇ ଦୀର୍ଘ ସମୟ ପର୍ଯ୍ୟନ୍ତ ଘରକୁ ଫେରିନଥିଲେ । ପରିବାର ଲୋକ ବହୁ ଖୋଜାଖୋଜି କରି ନିରାଶ ହୋଇଥିଲେ । ଆଜି ସକାଳୁ ପରିବାର ଲୋକ କୁସ୍ତୁନା ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରିଥିଲେ । ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ରାକେଶ କିଷାନ ନାମକ ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି । ସେପଟେ ରାକେଶ ଏବଂ ତାର କିଛି ସହଯୋଗୀ ମିଶି ନାବାଳିକା ଜଣଙ୍କୁ କୁସ୍ତୁନା ଜଙ୍ଗଲକୁ ନେଇ ଗଣଦୁଷ୍କର୍ମ କରିବା ପରେ ହତ୍ୟା କରି ଗଛରେ ଟାଙ୍ଗି ଦେଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି ।

Leave A Reply

Your email address will not be published.