ବ୍ରହ୍ମପୁର ଶଶୀଭୂଷଣ ରଥ ସରକାରୀ ସ୍ଵୟଂଶାସିତ ମହିଳା ମହାବିଦ୍ୟାଳୟରେ ‘ନୂଆ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା’ ସାଂସ୍କୃତିକ କାର୍ଯ୍ୟକ୍ରମର ଉଦ୍‌ଯାପନୀ ଉତ୍ସବ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ-୨୦୨୩ ପାଳନ ଅବସରରେ ସ୍ଥାନୀୟ ଶଶୀଭୂଷଣ ରଥ ସରକାରୀ ସ୍ଵୟଂଶାସିତ ମହିଳା ମହାବିଦ୍ୟାଳୟ ତରଫରୁ ଆୟୋଜିତ ନୂଆ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା ସାଂସ୍କୃତିକ କାର୍ଯ୍ୟକ୍ରମ ସରଗରମରେ ଉଦ୍‌ଯାପିତ ହୋଇଯାଇଛି । ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ରୂପେ ବ୍ରହ୍ମପୁର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ବିକ୍ରମ କୁମାର ପଣ୍ଡା, ଡା. ରମେଶ ଚନ୍ଦ୍ର ଚ୍ୟାୟୁପଟ୍ଟନାୟକ, ସୁବାସ ମହାରଣା, ମହାବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା ବହୁ ମାନ୍ୟଗଣ୍ୟ ଶିକ୍ଷାବିତ୍ ତଥା ସ୍ଥାନୀୟ ବିଜେଡି ନେତୃବୃନ୍ଦ, ଯୁବ, ଛାତ୍ର ଓ ଅଧ୍ୟୟନରତ ଛାତ୍ରୀମାନଙ୍କ ଗହଣରେ ରହି ପ୍ରଦୀପ ପ୍ରଜ୍ୱଳନ କରି ସ୍ୱର୍ଗୀୟ ଶଶୀଭୂଷଣ ରଥଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ କରିବା ସହିତ ମହାବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ନୂତନ ଭାବେ ପ୍ରଣୋଦିତ ଯୁବ ଓ ଛାତ୍ର ସମାଜର ସର୍ବ କ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ନୂଆ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଏବଂ ଭୂମିକା ବିଷୟରେ ଅବଗତ କରାଇବା ସହ ସେମାନଙ୍କ ଉଜ୍ୱଳ ଭବିଷ୍ୟତର କାମନା କରିଥିଲେ ।

Leave A Reply

Your email address will not be published.

error: Content is protected !!