ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ : ଭୋର ସାଢେ ଚାରିରୁ ସମୀକ୍ଷା କଲେ ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ

  • ଡିସେମ୍ବର ୧୫ ସୁଦ୍ଧା କାମ ସମ୍ପୂର୍ଣ୍ଣ କରିବାକୁ ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର ନବୀନ ଓଡିଶା ଓ ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍ ବଡିଭୋରରୁ ପୁରୀ ଯାଇ ୪.୩୦ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ । ପରିକ୍ରମା ପ୍ରକଳ୍ପ କାମ ତ୍ଵରାନ୍ଵିତ କରି ୨୦୨୩ ଡିସେମ୍ବର ୧୫ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ । ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ଗୁଡିକର ପୁନରୁଦ୍ଧାର କାମ ତ୍ୱରାନ୍ୱିତ କରିବା ପାଇଁ ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ନିର୍ଦ୍ଦେଶ ଦେଇଥିଲେ । ପୁନରୁଦ୍ଧାର ସମୟରେ ମଠ ଗୁଡିକର ଇତିହାସ ଓ ପରମ୍ପରାକୁ ଗୁରୁତ୍ଵ ଦେଇ ସମସ୍ତ ଭାଗୀଦାର ମାନଙ୍କ ସହଯୋଗରେ କାମ କରିବାକୁ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ । ପରିକ୍ରମା ପ୍ରକଳ୍ପ ଲାଣ୍ଡସ୍କାପିଙ୍ଗ୍‌ କାମରେ ଜଗନ୍ନାଥ ସଂସ୍କୃତି ସହ ଜଡିତ ବିଭିନ୍ନ ଦେଶୀୟ ବୃକ୍ଷ ଓ ଗୁଳ୍ମ ଲଗାଇବାକୁ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ । ଏତତ୍‌ ବ୍ୟତୀତ ମେଘନାଦ ପାଚେରୀ ନିକଟରେ ମନ୍ଦିରର କ୍ଷୁଦ୍ର ପ୍ରତିକୃତି ନିର୍ମାଣ କରିବା ପାଇଁ ମଧ୍ୟ ସେ ପରାମର୍ଶ ଦେଇଥିଲେ । ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଯାତ୍ରୀ ମାନେ ଯେପରି ସ୍ୱଚ୍ଛନ୍ଦରେ ମନ୍ଦିରରେ ପହଞ୍ଚି ପାରିବେ ସେଥିପାଇଁ ମନ୍ଦିର ସଂଯୁକ୍ତ ରାସ୍ତାକୁ ଅବରୋଧ ମୁକ୍ତ ରଖିବା ପାଇଁ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ । ସ୍ଥାନୀୟ ଲୋକ ତଥା ସେବାୟତ ମାନଙ୍କ ସୁବିଧା ପାଇଁ ଦୁଇ ଚକିଆ ଗାଡିର ପାର୍କିଂ ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା କରିବାକୁ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ । ଏତତ୍‌ ଦବ୍ୟତୀତ ମେଘନାଦ ପାଚେରୀ ପାଖରୁ ବିଭିନ୍ନ ୟୁଟିଲାଇଟସ୍‌ ଗୁଡିକର ସ୍ଥାନାନ୍ତର ପରିକ୍ରମା ପ୍ରକଳ୍ପର ବିଦ୍ୟୁତ୍ ବ୍ୟବସ୍ଥା କାମ ନିର୍ଦ୍ଧାରିତ ସମୟରେ ଶେଷ କରିବା ଉପରେ ସେ ଗୁରୁତ୍ଵ ଆରୋପ କରିଥିଲେ ।
ଜଗନ୍ନାଥ ବଲ୍ଳଭ ପାର୍କିଂ କାମ ସହ ଯାତ୍ରୀ ମାନଙ୍କ ପାଇଁ ସେଠାରେ କରାଯାଉଥିବା ବିଭିନ୍ନ ସୁବିଧାର ବିକାଶ, ପ୍ରମୋଦ ଉଦ୍ୟାନ, ଓ ସେତୁ କାମର ଅଗ୍ରଗତି ମଧ୍ୟ ପାଣ୍ଡିଆନ୍ ସମୀକ୍ଷା କରିଥିଲେ ଓ ନିର୍ଦ୍ଧାରିତ ସମୟରେ କାମ ଶେଷ କରିବାକୁ ନିର୍ଦେଶ ଦେଇଥିଲେ । ଏଥି ପାଇଁ ଅଧିକ ଲୋକ ନିୟୋଜିତ କରିବା ପାଇଁ ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ପରାମର୍ଶ ଦେଇଥିଲେ ।
ଏହି ପରିଦର୍ଶନ ସମୟରେ ବିଧାୟକ ପ୍ରଣବ ପ୍ରକାଶ ଦାସ, ପୁରୀ ଜିଲ୍ଲାପାଳ, ଏସ୍‌ପି ଓବିସିସି ଏମ୍‌ଡ଼ି ଏବଂ ବିଭିନ୍ନ ଏକ୍ସ୍‌ସ୍କ୍ୟୁଟିଙ୍ଗ୍‌ ଏଜେନ୍ସିର ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.