ଭୁବନେଶ୍ୱର : ନବରଙ୍ଗପୁର ଜିଲ୍ଲା ସୋରିଷପଦର ନିକଟରେ ଘଟିଥିବା ସଡ଼କ ଦୁର୍ଘଟଣାରେ ୩ ପୁଲିସ କର୍ମଚାରୀଙ୍କ ମୃତ୍ୟୁ ଓ ୨୦ରୁ ଅଧିକ ଆହତ ହୋଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ ଏକ ଟ୍ବିଟ ଯୋଗେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘ନବରଙ୍ଗପୁର ଜିଲ୍ଲା ସୋରିଷପଦର ନିକଟରେ ନିର୍ବାଚନ ଡ୍ୟୁଟିରେ ଯାଉଥିବା ପୋଲିସ ବସ୍ ଦୁର୍ଘଟଣାରେ ସଂଖ୍ୟାଧିକ ପୁଲିସ କର୍ମଚାରୀ ପ୍ରାଣ ହରାଇଥିବା ବିଷୟରେ ଜାଣି ମୁଁ ଦୁଃଖିତ । ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରୁଛି ।’