ଶିଶକେଲା ଓ କଅସର ପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା ସଚେତନତା କାର୍ଯ୍ୟକ୍ରମ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ଶିଶକେଲା ଓ କଅସର ପଂଚାୟତର ଖେଳପଡିଆଠାରେ ରବିବାର ଆମ ଓଡିଶା ନବୀନ ଓଡିଶା ପକ୍ଷରୁ ପଂଚାୟତସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସରପଞ୍ଚ ହେମକାନ୍ତି ସାହୁଙ୍କ ତତ୍ୱାବଧାନରେ ସଇଁତଲା ବିଡ଼ିଓ ବିନୟ କୁମାର ଭୋଇ, ମନ୍ତ୍ରୀଙ୍କ ପ୍ରତିନିଧି ଚନ୍ଦ୍ରବଦନ ପୁରୋହିତ, ସମିତି ସଭ୍ୟା ସୁକାନ୍ତି ସାହୁ, ନାଏବ ସରପଞ୍ଚ ବନିତା ସାହୁ, ପଞ୍ଚାୟତ ନିର୍ବାହୀ ଅଧିକାରୀ ଶରତ ସାହୁ ଓ ହେମନ୍ତ ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ଏଥିରେ ଅତିଥିମାନେ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନା ଗୁଡିକ ଉପରେ ମାର୍ଗଦର୍ଶନ ଦେଇ ଜନସଚେତନତା ସୃଷ୍ଟି କରିଥିଲେ । ସେହିପରି ଶିଶକେଲା ପଞ୍ଚାୟତରେ ସରପଞ୍ଚ ମାଳତୀ ରଣାଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଉତ୍ସବରେ ବିଡ଼ିଓ ବିନୟ କୁମାର ଭୋଇ, ମନ୍ତ୍ରୀଙ୍କ ପ୍ରତିନିଧି ଚନ୍ଦ୍ରବଦନ ପୁରୋହିତ, ସମିତି ସଭ୍ୟ ଉମାକାନ୍ତ ରଣା, ଇଓ ଦୁଃଖବନ୍ଧୁ ରଣା, ଜିଆର୍‌ଏସ୍‌ ସୁଭାଶିଷ ମିଶ୍ର, ଶାନ୍ତନୁ ରଣା ଓ ଜୟ ସିଂ ରଣା ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବସରରେ ଉଦ୍ୟାନ, କୃଷି, ଶିକ୍ଷା, ସ୍ୱାସ୍ଥ୍ୟ, ପ୍ରାଣୀସମ୍ପଦ ଷ୍ଟଲ ମାନ ଖୋଲା ଯାଇଥିଲା । ଏହି ପରିପେକ୍ଷୀରେ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ, ବିଭିନ୍ନ ଧର୍ମାନୁଷ୍ଠାନ ଗୁଡିକର ରୂପାନ୍ତିକରଣ, ମହିଳା ସଶକ୍ତିକରଣ ଓ ଭିତ୍ତିଭୂମିର ବିକାଶ, ବ୍ୟାଙ୍କିଙ୍ଗ ଭିତ୍ତିଭୂମିର ବିକାଶ, ବିଦ୍ୟାଳୟ ଗୁଡିକର ରୂପାନ୍ତିକରଣ ଉପରେ ଲୋକମାନଙ୍କୁ ସଚେତନ କରାଯାଇଥିଲା । ଏଥିରେ କେନ୍ଧୁଉଡାର ସଂଚାର ଟିମ ମଧ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସିଆର୍‌ପିସିଏମ୍‌, ଏମ୍‌ବିକେ, ଅଙ୍ଗନୱାଡି କର୍ମୀ, ସ୍ୱୟଂ ସହାୟକ ଦଳ, ବ୍ୟାଙ୍କ ମିତ୍ରଙ୍କ ସହ ବିଭିନ୍ନ ସ୍ୱେଚ୍ଛାସେବୀ ସଙ୍ଗଠନ ଓ ପଞ୍ଚାୟତର ଶତାଧିକ ମହିଳା ଓ ପୁରୁଷ ସାମିଲ ହୋଇଥିଲେ ।

Leave A Reply

Your email address will not be published.

2 × 5 =