pakka

ଛତ୍ରପୁର ଡିଏଭି ସ୍କୁଲ ପକ୍ଷରୁ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ଦେବୀନଗର ଠାରେ ଅବସ୍ଥାପିତ ଡିଏଭି ପବ୍ଳିକ ସ୍କୁଲ ପରିସରରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳନ କରାଯାଇଛି । ବ୍ରହ୍ମପୁର ଡିଏଭି ପବ୍ଲିକ ସ୍କୁଲର ଅଧ୍ୟକ୍ଷା ଧରାଶ୍ରୀ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ଶିକ୍ଷକ ବିଚିତ୍ରାନନ୍ଦ ଆଚାରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଛତ୍ରପୁର ସ୍କୁଲର ଅଧ୍ୟକ୍ଷ ଦୂର୍ଗା ପ୍ରସାଦ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କ ଜେଜେବାପା ଜେଜେମା, ଅଜାଆଇ ମାନଙ୍କ ପଦ ବନ୍ଦନା କରି ସମ୍ମାନ ପ୍ରଦାନ କରାଯିବା ସହ ସେମାନଙ୍କ ମଧ୍ୟରେ କିଛି କୌତୁକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ପରିଚାଳନା କମିଟି ସଦସ୍ୟ ବି ଶ୍ରୀନିବାସ, ଜି. ଶେଷୁ ରେଡ୍ଡୀ କାର୍ଯ୍ୟକ୍ରମ ପରିଚାଳନାରେ ଅଂଶଗ୍ରହଣ କରିଥିଲେ ।

Leave A Reply

Your email address will not be published.

three × 2 =