ନାଗପୁର ସୋଲାର ଇଣ୍ଡଷ୍ଟ୍ରିଜରେ ବିସ୍ଫୋରଣ

ନାଗପୁର : ମହାରାଷ୍ଟ୍ରର ନାଗପୁରରେ ବିସ୍ଫୋରଣ । ବାଜାରଗାଓଁସ୍ଥିତ ସୋଲାର ଇଣ୍ଡଷ୍ଟ୍ରିଜ ଇଣ୍ଡିଆ ଲିମିଟେଡରେ ବିସ୍ଫୋରଣ ଘଟିଛି । ଏଥିରେ ୯ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଅନେକ କର୍ମଚାରୀ ଗୁରୁତର ଭାବେ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରି ଚିକିତ୍ସା କରାଯାଉଛି । ଖବର ଅନୁଯାୟୀ, ଆଜି ସକାଳେ ସାଢେ ୯ଟା ସମୟରେ ଏହି ଅଭାବନୀୟ ଘଟଣା ଘଟିଛି । ସୋଲାର କମ୍ପାନୀରେ ବ୍ଲାଷ୍ଟ ଯୋଗୁ ଘଟଣାସ୍ଥଳରେ ୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୩ଜଣଙ୍କ ମୃତ୍ୟୁ ହୋଇଛି । ଏନେଇ ସୂଚନା ମିଳିବା ପରେ ସ୍ଥାନୀୟ ପୋଲିସ ତୁରନ୍ତ ସେଠାରେ ପହଞ୍ଚି ଯାଞ୍ଚ ଆରମ୍ଭ କରିଛି । ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିବା ସହିତ ମୃତଦେହକୁ ଜବତ କରିଛି । କିଛି ଗୁରୁତରଙ୍କ ଅବସ୍ଥା ସଂକଟାପନ୍ନ ରହିଥିବାରୁ ମୃତକଙ୍କ ସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି ।

Leave A Reply

Your email address will not be published.