jayashree

କଳିଙ୍ଗା ଘାଟି ଏବଂ ଗଞ୍ଜାମ ଜିଲ୍ଲାର ସମସ୍ତ ଘାଟି ରାସ୍ତା ଉପରେ ନଜର ରଖିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କ ନିର୍ଦ୍ଦେଶକ୍ରମେ ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଳିଙ୍ଗା ଘାଟିରେ ଭୂସ୍ଖଳନ ଆଶଙ୍କା ଏବଂ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ଭଞ୍ଜନଗର ଉପଜିଲ୍ଲାପାଳ ଉମାଶଙ୍କର ବେହେରା । ଆଜି ସେ ଘାଟିର ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଥିଲେ । ପ୍ରବଳ ବର୍ଷା ଯୋଗୁଁ ଭୂସ୍ଖଳନର ଆଶଙ୍କା ଥିବାରୁ ସମ୍ପୃକ୍ତ ବିଭାଗଗୁଡ଼ିକୁ ସତର୍କ ରହିବା ଏବଂ ଘାଟି ରାସ୍ତାର ସ୍ଥିତି ଉପରେ ନିରନ୍ତର ନଜର ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଯେକୌଣସି ଅପ୍ରତ୍ୟାଶିତ ପରିସ୍ଥିତିରେ ସମସ୍ତ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା କରି ତୁରନ୍ତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ମଧ୍ୟ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି । ପରିଦର୍ଶନ ସମୟରେ ଅତିରିକ୍ତ ଉପଜିଲ୍ଲାପାଳ ଟୁଲିଆମା ପ୍ରଧାନ, ତହସିଲଦାର ଅଭିଷ୍ପା ପଟ୍ଟନାୟକ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭାରତୀ ଦେବୀ ପ୍ରମୁଖ ଉପସ୍ଥିତ ଥିଲେ । ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷା ସମୟରେ ଘାଟି ଅଞ୍ଚଳ ଏବଂ ଜଳ ପ୍ରବାହିତ ସ୍ଥାନରେ ଯାତାୟାତ ନ କରିବା ସହ ପ୍ରଶାସନ ପକ୍ଷରୁ ଜାରି ସତର୍କ ସୂଚନା ଓ ନିର୍ଦ୍ଦେଶାବଳୀ ପାଳନ କରିବାକୁ ଜନସାଧାରଣଙ୍କୁ ଅନୁରୋଧ କରାଯାଇଛି ।

Leave A Reply

Your email address will not be published.