pakka

ଜିଲ୍ଲା ପରିଷଦ ପାଇଁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିିୟା ଆରମ୍ଭ : ସମସ୍ତ ପ୍ରକାର ପଦକ୍ଷେପ ନିଆଯାଇଥିବା ନେଇ ଉପଜିଲ୍ଲାପାଳ ଦେଲେ ସୂଚନା

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ଅନୁସାରେ ଆଜି ଉପଜିଲ୍ଲାପାଳଙ୍କ ପାଖରେ ଜିଲ୍ଲା ପରିଷଦ ପାଇଁ ନାମାଙ୍କନ ପତ୍ର ଦାଖଲ ପକ୍ରିୟା ଆରମ୍ଭ ହୋଇଯାଇଛି । କୋଭିଡ ଗାଇଡ୍‌ ଲାଇନ୍‌ ପାଳନ ସହ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଇଥିବା ନେଇ ସୂଚନା ଦେଇଛନ୍ତି ବଲାଙ୍ଗିର ଉପଜିଲ୍ଲାପାଳ ଲମ୍ବୋଦର ଧରୁଆ । ସେ କହିଛନ୍ତି ଯେ, ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ଅନୁସାରେ ଆଜି ଠାରୁ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ଜିଲ୍ଲା ପରିଷଦ ପାଇଁ ନାମାଙ୍କନ ପତ୍ର ଦାଖଲ ହେବ ଓ ୨୨ ତାରିଖ ଦିନ ନାମାଙ୍କନ ପତ୍ର ଯାଂଚ ପରେ ୨୩ ତାରିଖ ଦିନ ବୈଧ ନାମାଙ୍କନ ପତ୍ର ଗୁଡିକର ତାଲିକା ପ୍ରକାଶ ପାଇବ ।

Leave A Reply

Your email address will not be published.

10 − three =