ଇଗ୍ନୋର ନାମଲେଖା ଅବଧି ଚଳିତ ମାର୍ଚ୍ଚ ୩୦ ତାରିଖକୁ ବୃଦ୍ଧି

ନୂଆଦିଲ୍ଲୀ, (ପିଆଇବି) : ବିଭିନ୍ନ ବର୍ଗର ଲୋକଙ୍କ ଆବଶ୍ୟକତାକୁ ଅନୁଧ୍ୟାନ କରି ଇଗ୍ନୋ କର୍ତ୍ତୃପକ୍ଷ ଜାନୁଆରି – ୨୦୨୬ ଶିକ୍ଷା ସତ୍ର ପାଇଁ ନାମଲେଖା ଅବଧିକୁ ଏବଂ ପୁନଃପଞ୍ଜିକରଣ ସମାୟାବଧିକୁ ମଧ୍ୟ ଚଳିତ ମାସ ୩୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି (ସାର୍ଟିଫିକେଟ୍ ଏବଂ ସେମିଷ୍ଟାର-ଆଧାରିତ ପାଠ୍ୟକ୍ରମ ବ୍ୟତୀତ) । ପୁନଃପଞ୍ଜିକରଣ ପାଇଁ ଅତିରିକ୍ତ ୨୦୦/- ଟଙ୍କା ବିଳମ୍ବ ଶୁଳ୍କ ଦେବାକୁ ହେବ । ଆଗ୍ରହୀ ଛାତ୍ରଛାତ୍ରୀ ବିଭିନ୍ନ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଇଗ୍ନୋର ୱେବସାଇଟ www.ignou.ac.inକୁ ଅନୁସରଣ କରିପାରିବେ । ନାମ ଲେଖାଇବା ପାଇଁ ଆବେଦନ କରିବା ଲିଙ୍କ ହେଲା https://ignouadmission.samarth.edu.in ଏବଂ ପୁନଃପଞ୍ଜିକରଣ ଲିଙ୍କ ହେଲା https://onlinerr.ignou.ac.in । ଅଣ୍ଡରଗ୍ରାଜୁଏଟ (ବିଏସ୍‌ସିଏମ୍‌), (ବିସିଓଏମ୍‌ଏଫ୍‌), (ବିଏଏମ୍‌) ପ୍ରୋଗ୍ରାମରେ ନାମପଞ୍ଜିକରଣ କରିବାକୁ ଚାହୁଁଥିବା ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ପାଇଁ ନାମଲେଖା ଦେୟ ଏବଂ ପୁନଃପଞ୍ଜିକରଣ ଦେୟ ୫୦% ଛାଡ଼ କରାଯାଇଛି । ତେବେ ଯେଉଁ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀମାନେ ଯଦି ଅନ୍ୟ କୌଣସି ସୂତ୍ରରୁ ରିହାତିର ସୁବିଧା ପାଉଥିବେ ତେବେ ସେମାନେ ଇଗ୍ନୋ ତରଫରୁ ଦିଆଯାଉଥିବା ଏହି ରିହାତି ପାଇବାକୁ ଯୋଗ୍ୟ ହେବେ ନାହିଁ । ସମ୍ପୂର୍ଣ୍ଣ ପ୍ରସ୍ପେକ୍ଟ ସିଧାସଳଖ ଇଗ୍ନୋ ୱେବସାଇଟରୁ ଡାଉନଲୋଡ କରାଯାଇପାରିବ । ଅନ୍ୟାନ୍ୟ ସୂଚନା ପାଇବା ପାଇଁ ଇଗ୍ନୋ ଆଞ୍ଚଳିକ କେନ୍ଦ୍ର ଭୁବନେଶ୍ୱରକୁ ନିମ୍ନଲିଖିତ ଫୋନ କିମ୍ବା ଇ-ମେଲ ଜରିଆରେ ଯୋଗାଯୋଗ କରିବା ପାଇଁ ଆଞ୍ଚଳିକ କେନ୍ଦ୍ରର ବରିଷ୍ଠ ଆଞ୍ଚଳିକ ନିର୍ଦ୍ଦେଶକ ଡ଼. ମନୋଜ କୁମାର ଦାଶ ସୂଚନା ଦେଇଛନ୍ତି । ଫୋନ-୦୬୭୪-୨୩୦୧୩୪୮, ୨୯୭୧୦୭୧
[email protected] ଏବଂ [email protected]

Leave A Reply

Your email address will not be published.