ପଦ୍ମପୁର ଉପନିର୍ବାଚନ ପାଇଁ ବିଜେଡି, ବିଜେପି ଓ କଂଗ୍ରେସ ପ୍ରାର୍ଥୀଙ୍କ ସହ ୧୩ ଜଣ ପ୍ରାର୍ଥୀ ଭରିଲେ ନାମାଙ୍କନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପନିର୍ବାଚନ ପାଇଁ ବିଜେଡି, ବିଜେପି ଓ କଂଗ୍ରେସ ପ୍ରାର୍ଥୀଙ୍କ ସହ ୧୩ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଭରିଛନ୍ତି । ବିଜେପିରୁ ପ୍ରଦୀପ ପୁରୋହିତ, ବିଜେଡିରୁ ବର୍ଷା ସିଂ ବରିହା ଓ କଂଗ୍ରେସରୁ ସତ୍ୟ ଭୂଷଣ ସାହୁ ନାମାଙ୍କନ ଦାଖଲ କରିଥିବା ବେଳେ ଓଜେପିରୁ ମୁକ୍ତେଶ୍ୱର ଦାସ ଏବଂ ଅଖିଳ ଭାରତୀୟ ହିନ୍ଦୁ ମହାସଭା ପକ୍ଷରୁ ବିଦ୍ୟାଧର ପାଣ୍ଡବ ବିଧାୟକ ପଦବୀ ପାଇଁ ନାମାଙ୍କନ ଦାଖଲ କରିଛନ୍ତି । ସେହିପରି ଜୟନ୍ତ ଥପା, ଶେଷଦେବ ସାହୁ, ବୃନ୍ଦାବନ ପୁରୋହିତ, ରେବତୀ ଗିରି, ଉଦିତ ବୋଣ୍ଡିଆ, ଦେବାର୍ଚନ ନାଏକ, ଗଙ୍ଗାଧର ସାହା ଏବଂ ଦେବବ୍ରତ ସୁନାନୀ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

Leave A Reply

Your email address will not be published.