centurian jitm

ବାରାଣସୀରୁ ନାମାଙ୍କନ ଭରିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

nschool

ବାରାଣସୀ : ପ୍ରାର୍ଥୀ ପତ୍ର ଦାଖଲ କଲେ ପ୍ରଧାନମନ୍ତ୍ରୀ ମୋଦି । ଉତ୍ତର ପ୍ରଦେଶର ବାରାଣସୀ ଆସନ ପାଇଁ ବିଧିବଦ୍ଧ ଭାବେ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି ପ୍ରଧାନମନ୍ତ୍ରୀ । ମୋଦିଙ୍କ ସହ ଗୃହମନ୍ତ୍ରୀ ଅମିତ୍ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ୧୨ ରାଜ୍ୟର ମୁଖ୍ୟମନ୍ତ୍ରୀ ମଧ୍ୟ ନାମାଙ୍କନପତ୍ର ଦାଖଲ ସମୟରେ ଉପସ୍ଥିତ ଥିଲେ । ୧୮ରୁ ଅଧିକ କ୍ୟାବିନେଟ୍ ମନ୍ତ୍ରୀଙ୍କ ସମେତ ୩୬ ଭିଆଇପି ଉପସ୍ଥିତ ରହିଥିଲେ । ମୋଦି କ୍ରମାଗତ ତୃତୀୟ ଥର ପାଇଁ ଏଠାରୁ ନିର୍ବାଚନ ଲଢ଼ିବାକୁ ଯାଉଛନ୍ତି । ଏଥିପାଇଁ ପ୍ରାର୍ଥୀ ପତ୍ର ଦାଖଲ ପ୍ରକ୍ରିୟା ୭ ତାରିଖରୁ ଆରମ୍ଭ ହୋଇଥିବାବେଳେ ଆଜି ଶେଷ ତାରିଖ ।

Leave A Reply

Your email address will not be published.