ନାମାଙ୍କନ ପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ସତ୍ୟ ଭୂଷଣ ସାହୁ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଶେଷ ଦିନରେ ତିନିଦଳର ପ୍ରାର୍ଥୀଙ୍କ ସହ ଅନ୍ୟ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି । ବିରାଟ ଶୋଭାଯାତ୍ରାରେ ଆସି ନାମାଙ୍କନ ଭରିଛନ୍ତି କଂଗ୍ରେସ ପ୍ରାର୍ଥୀ ସତ୍ୟଭୁଷଣ ସାହୁ । ତାଙ୍କ ସାଥୀରେ ପିସିସି ସଭାପତି ଶରତ ପଟ୍ଟନାୟକ, ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ସହ ଅନ୍ୟ ବରିଷ୍ଠ ନେତା ମଧ୍ୟ ଉପସ୍ଥିତ ରହିଥିଲେ । ସମସ୍ତଙ୍କ ଉପସ୍ଥିତିରେ ସେ ନାମାଙ୍କନ ଭରିଛନ୍ତି ।

Leave A Reply

Your email address will not be published.