csstore

ନରୋତ୍ତମ ସ୍ମାରକୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ : ଅଲଣ୍ଡା ଚାମ୍ପିଆନ୍‌

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଗନ୍ଧର୍ଲା ଗାଁରେ ମହାବୀର କ୍ରିକେଟ କ୍ଲବ ପକ୍ଷରୁ ଚାଲିଥିବା ନରୋତ୍ତମ ସ୍ମାରକି କ୍ରିକେଟ ଟୁର୍ଣ୍ଟାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟରେ ୧୬ ଗୋଟି ଦଳ ଭାଗ ନେଇଥିବା ବେଳେ ଅଲଣ୍ଡା ଓ ଦେହେଲି ଦଳ ଫାଇନାଲରେ ଉତ୍ତୀର୍ଣ୍ଣ ହୋଇଥିଲେ । ଏଥିରେ ଦେହେଲି ଦଳକୁ ପରାସ୍ତ କରି ଅଲଣ୍ଡା ଦଳ ଚାମ୍ପିଆନ୍‌ ହୋଇଥିଲା । ଉଦ୍‌ଯାପନି ଉତ୍ସବରେ ମୁଖ୍ୟ ଅତିଥି ଭାବେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂହ ସାଲୁଜା, ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି ତଥା ସିନ୍ଧେକେଲା ସମିତି ସଭ୍ୟ ଭୋଲାନାଥ ବେହେରା, ସିନ୍ଧେକେଲା ଜୋନ ଜିଲ୍ଲା ପରିଷଦ ସଦସ୍ୟ ଦାମ ସୁନା, ଗନ୍ଧର୍ଲା ସରପଞ୍ଚ ଚାହାନ୍ତି କନ୍ଧପାଣି, ଅଲଣ୍ଡା ସରପଞ୍ଚଙ୍କ ପ୍ରତିନିଧି ଯୁବରାଜ ବାଗ, ଘାସିରାମ ସାହୁ, ହେମନ୍ତ ବେହେରା ପ୍ରମୁଖ ଅତିଥିଭାବେ ଯୋଗ ଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ । ଅଲଣ୍ଡା ଚମ୍ପିୟାନ ଦଳକୁ ଟ୍ରଫି ସହିତ ୨୫,୦୦୦ ଟଙ୍କା ପୁରସ୍କାର ପ୍ରଦାନ କରାଯାଇଥିଲା । ଆୟୋଜକ କମିଟିର ସମସ୍ତ କର୍ମକର୍ତ୍ତାମାନେ ସହ ଯୋଗ କରିଥିଲେ ।

jayashree
Leave A Reply

Your email address will not be published.