oum

ବରଗଡ଼ରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାଶ ଜାତୀୟ ପତାକା ଉତ୍ତୋଳନ କରିବେ

jsm

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜର୍ଜ ହାଇସ୍କୁଲ ପଡ଼ିଆରେ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାଶ ଜାତୀୟ ପତାକା ଉତ୍ତୋଳନ କରିବାର କାର୍ଯ୍ୟକ୍ରମ ରହିଛି । ଏହି ଦିନ ସକାଳ ୪ ରୁ ୫ ମଧ୍ୟରେ ରାମଧୂନ ପରିବେଷଣ କରାଯିବ । ସକାଳ ୭ରୁ ଜିଲ୍ଲାର ସମସ୍ତ ସରକାରୀ ବେସରକାରୀ ଅଫିସ୍ ଆଦିରେ ଜାତୀୟ ପତାକା ଉତ୍ତୋଳନ କରାଯିବ । ସକାଳ ୮/୧୦ରେ ମୁଖ୍ୟ ଅତିଥିଙ୍କ ଦ୍ୱାରା ପୂଜ୍ୟପୂଜା ମହାତ୍ମାଗାନ୍ଧୀ, ବୀର ସୁରେନ୍ଦ୍ର ସାଏ, ସ୍ୱାଭାବ କବି ଗଙ୍ଗାଧର ମେହେରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ । ୮/୩୦ ରେ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ପ୍ୟାରେଡ୍ ଅଭିବାଦନ ଗ୍ରହଣ କରିବେ । ୯ଟା ଜିଲ୍ଲାର କୋଭିଡ ଯୋଦ୍ଧାଙ୍କୁ ସମ୍ମାନିତ କରିବାର କାର୍ଯ୍ୟକ୍ରମ ରହିଛି । ସେହିପରି ୯/୩୦ର ପୁରସ୍କାର ବିତରଣୀ ଏବଂ ୯/୪୫ର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ରୋଗୀଙ୍କୁ ଫଳ ବଣ୍ଟନ କରିବାର କାର୍ଯ୍ୟକ୍ରମ ରହିଛି ।

Leave A Reply

Your email address will not be published.