oum

ଭିଜିଲାନ୍ସ ଜାଲରେ ଖଣ୍ଡପଡ଼ା ତହସିଲଦାର ଧୋବେଇ ନାୟକ

jsm

ଖଣ୍ଡପଡ଼ା : ଭିଜିଲାନ୍ସ ଜାଲରେ ଖଣ୍ଡପଡ଼ା ତହସିଲଦାର ଧୋବେଇ ନାୟକ । ଖବର ଅନୁସାରେ ଖଣ୍ଡପଡ଼ା ବାଇପାସରେ ଏକ ବାଲିଗାଡିକୁ ଶ୍ରୀ ନାୟକ ଜବତ କରିବା ସହ ଛାଡ଼ିବା ପାଇଁ ଦଲାଲ ପ୍ରସନ୍ନ ସାହୁଙ୍କ ମାଧ୍ୟମରେ ୨୦ହଜାର ଟଙ୍କା ଲାଞ୍ଚ ଦାବି କରିଥିଲେ । ଗାଡ଼ି ମାଲିକ ଚନ୍ଦନ ଜେନାଙ୍କ ଠାରୁ ଏହି ଲାଞ୍ଚ ଟଙ୍କା ନେଉଥିବାବେଳେ ପ୍ରସନ୍ନ ସାହୁଙ୍କୁ ମାଡ଼ିବସିଥିଲା ନୟାଗଡ ଭିଜିଲାନ୍ସ ଟିମ୍ । ପ୍ରସନ୍ନ ତହସିଲଦାରଙ୍କ ପାଇଁ ଏହି ଟଙ୍କା ନେଉଥିବା ସ୍ୱୀକାର କରିବାପରେ ଭିଜିଲାନ୍ସ ଟିମ୍ ଧୋବେଇ ନାୟକଙ୍କ ଭାପୁର ଭଡ଼ାଘର ଏବଂ ଭୁବନେଶ୍ୱର ଘର ସମେତ ୩ଟି ସ୍ଥାନରେ ଚଢ଼ଉ ଜାରି ରଖିଥିବା ଜଣାପଡ଼ିଛି ।

Leave A Reply

Your email address will not be published.