oum

ଆଜି ୧୨୫ତମ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ : ନେତାଜୀଙ୍କ ନାମରେ ଅତ୍ୟାଧୁନିକ ବସ୍ ଟର୍ମିନାଲ ନିର୍ମାଣ କାମର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

jsm

କଟକ : ଆଜି ୧୨୫ତମ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଯାଇ ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ କଟକରେ ନେତାଜୀଙ୍କ ନାମରେ ଖାନ ନଗରଠାରେ ପ୍ରସ୍ତାବିତ ଅତ୍ୟାଧୁନିକ ବସ୍ ଟର୍ମିନାଲ ନିର୍ମାଣ କାମର ଶିଳାନ୍ୟାସ କରିବେ । ତେବେ ଏହି ବସ୍ ଟର୍ମିନାଲ ୧୨ ଏକର ବିଶିଷ୍ଟ ଜମିରେ ନିର୍ମାଣ ହେବ ସହ ଖର୍ଚ୍ଚ ହେବ ୬୫ କୋଟି ଟଙ୍କା । ଏଠାରେ ଏକା ସମୟରେ ୧୮୦ଟି ବସ୍ ଓ ୨୭୫ଟି କାର ରହଣୀ ପାଇଁ ବ୍ୟବସ୍ଥା କରାଯିବ । ୧୮ ମାସ ଭିତରେ ନୂଆ ଆନ୍ତରାଜ୍ୟ ବସ ଟର୍ମିନାଲ କାର୍ୟ୍ୟ ଶେଷ କରିବାକୁ ଲକ୍ଷ ରଖାଯାଇଥିବା ବେଳେ ଏକ ବୃହତ ଟର୍ମିନାଲ ବିଲ୍‌ଡିଂ, ସାଧାରଣ ଯାତ୍ରୀବାହୀ ବସ୍‌ ପାଇଁ ସ୍ଥାନ, ସ୍ଥାନୀୟ ଓ ‘ମୋ ବସ୍‌’ ସେବା ପାଇଁ ସ୍ଥାନ, ଯାନ ମରାମତି ଓ ରକ୍ଷଣାବେକ୍ଷଣ ବ୍ଲକ୍‌, ଚାରି ଚକିଆ ଯାନ ଓ ଅଟୋ ପାଇଁ ସ୍ୱତନ୍ତ୍ର ପାର୍କିଂ ବ୍ୟବସ୍ଥା କରାଯିବ ।

Leave A Reply

Your email address will not be published.