
ମାଲକାନଗିରି : ମାଲକାନଗିରି ଛତିଶଗଡ ସୀମାନ୍ତ ନାରାୟଣପୁର ଜିଲ୍ଲାରେ ପୋଲିସ ଓ ନକ୍ସଲ ମଧ୍ୟରେ ଗୁଳିବିନିମୟ । ପୋଲିସ ଗୁଳିରେ ଚାରି ଜଣ ହାର୍ଡକୋର ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରୁ ବନ୍ଧୁକ ସହ ଭାରିମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି ସୁରକ୍ଷାକର୍ମୀ । ସୂଚନା ଅନୁଯାୟୀ, ଅବୁଜମାଡ ଜଙ୍ଗଲରେ ମାଓବାଦୀ ମାନେ ଏକ କ୍ୟାମ୍ପ କରି ରହିଥିଲେ । ଏନେଇ ସୁରକ୍ଷାକର୍ମୀଙ୍କ ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା । ଯାହାକୁ ଆଧାର କରି ତିଆରଜି ଓ ଏସ୍ଟିଏଫ୍ ବାହିନୀ ପକ୍ଷରୁ ସେଠାରେ ଆରମ୍ଭ ହୋଇଥିଲା ଅପରେସନ । ଏନ୍କାଉଣ୍ଟର ପରେ ଘଟଣାସ୍ଥଳ ଛାଡି ମାଓବାଦୀମାନେ ପଳାୟନ କରିଛନ୍ତି । ତେବେ ଏହି ଏନ୍କାଉଣ୍ଟରରେ ୪ ଜଣ ହାର୍ଡକୋର ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି ।