om academy

ସୂଚନା ଓ ଲୋକସମ୍ପର୍କ ନିର୍ଦ୍ଦେଶକ ଭାବେ ସରୋଜ ସାମଲ ନିଯୁକ୍ତ

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଭାବେ ସରୋଜ ସାମଲଙ୍କୁ ନିଯୁକ୍ତି ଦିଆଯାଇଛି । ଶ୍ରୀ ସାମଲ ପୂର୍ବରୁ ଝାରସୁଗୁଡା ଜିଲ୍ଲାପାଳ ଥିଲେ । ଝାରସୁଗୁଡା ଉପନିର୍ବାଚନ ପରିପ୍ରେକ୍ଷୀରେ ତାଙ୍କର ସେଠାରୁ ବଦଳି ହୋଇଥିଲା । ବର୍ତ୍ତମାନ ସୂଚନା ଓ ଲୋକସମ୍ପର୍କ ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀଙ୍କୁ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ସେ ଅନୁସୂଚିତ ଜାତି ଓ ଜନଜାତି ଗବେଷଣା ଓ ତାଲିମ ପ୍ରତିଷ୍ଠାନର ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ତୁଳାଇବେ । ସାଧାରଣ ବିଭାଗ ପକ୍ଷରୁ ଏ ସଂକ୍ରାନ୍ତରେ ବିଜ୍ଞପ୍ତି ଜାରି ହୋଇଛି ।

ନୂଆ ନିଯୁକ୍ତି ପରେ ଶ୍ରୀ ସାମଲ ଗତକାଲି ପୂର୍ବତନ ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି । ବିଭାଗ ତରଫରୁ ଯୁଗ୍ମ ଶାସନ ସଚିବ ବିଷ୍ଣୁପ୍ରିୟା ସାହୁ ତାଙ୍କୁ ସ୍ୱାଗତ କରିଥିଲେ । ଏହି ଅବସରରେ ଶ୍ରୀ ସାମଲ କହିଥିଲେ, ସୂଚନା ଓ ଲୋକସମ୍ପର୍କ ବିଭାଗ ରାଜ୍ୟ ସରକାରଙ୍କ ମୁଖପତ୍ର ସଦୃଶ । ବିଭିନ୍ନ ବିଭାଗର ଯୋଜନା ସହ କାର୍ଯ୍ୟକ୍ରମଗୁଡିକୁ ଏହି ବିଭାଗ ପ୍ରଚାର କରି ସରକାରଙ୍କ ଭାବମୂର୍ତ୍ତି ଗଠନରେ ଏକ ପ୍ରମୁଖ ଭୂମିକା ନିର୍ବାହ କରିଥାଏ । ୫ଟି ମନ୍ତ୍ର ଆଧାରରେ ବିଭାଗର ଗୌରବ ବୃଦ୍ଧି କରିବାକୁ ସେ ସମସ୍ତଙ୍କ ସହଯୋଗ କାମନା କରିଥିଲେ । ଏହି କାର୍ଯ୍ୟକ୍ରମକୁ ବିଭାଗର ନିର୍ଦ୍ଦେଶକ (ବୈଷୟିକ) ସରେନ୍ଦ୍ରନାଥ ପରିଡା ସଂଯୋଜନା କରିଥିଲେ ।

Leave A Reply

Your email address will not be published.