ରାଜ୍ୟସଭା ସାଂସଦ ନିରଞ୍ଜନ ବିଶିଙ୍କ ବଙ୍ଗୋମୁଣ୍ଡା ବ୍ଲକ ପ୍ରତିନିଧି ନିଯୁକ୍ତ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ରାଜ୍ୟସଭା ସାଂସଦ ନିରଞ୍ଜନ ବିଶିଙ୍କ ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକର ପ୍ରତିନିଧି ଭାବେ ମନୋରଞ୍ଜନ ଭୋଇଙ୍କୁ ଆଜି ନିଯୁକ୍ତ କରାଯାଇଛି । ପରେ ଆଜି ବଙ୍ଗୋମୁଣ୍ଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ରିପୁନାଥ ସୁନାଙ୍କୁ ସାକ୍ଷାତ କରି ନୋମିନି ପତ୍ର ପ୍ରଦାନ କରାଯାଇଛି । ଏହି ଅବସରରେ ଅଞ୍ଚଳରେ ଦେଖା ଦେଉଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରାଯାଇଥିଲା । ଆଗାମୀ ଦିନରେ ଆଲୋଚନା କରି ବିଭିନ୍ନ ପ୍ରକାର ପଦକ୍ଷେପ ନିଆଯିବ ବୋଲି ଶ୍ରୀ ଭୋଇ କହିଛନ୍ତି । ପ୍ରତିନିଧିଙ୍କ ନିଯୁକ୍ତି ସମୟରେ ବହୁ ବିଜେଡି କାର୍ଯ୍ୟକର୍ତ୍ତା ମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.