oum

ଆଇଏଏସ୍‌ ପ୍ରଦୀପ କୁମାର ଜେନାଙ୍କୁ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି

jsm

ଭୁବନେଶ୍ୱର : ଆଇଏଏସ୍‌ ପ୍ରଦୀପ କୁମାର ଜେନାଙ୍କୁ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦିଆଯାଇଛି । ମାର୍ଚ୍ଚ ପହିଲାରୁ ଆଇଏଏସ୍ ପ୍ରଦୀପ ଜେନା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିବେ । ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ବିଜ୍ଞପ୍ତି ପ୍ରକାଶ କରିଛି । ସେହିଭଳି ଆଇଏଏସ୍ ଅନୁ ଗର୍ଗଙ୍କୁ ଉନ୍ନୟନ କମିଶନର ଭାବେ ନିଯୁକ୍ତି ଦିଆଯାଇଛି । ଏବେ ମୁଖ୍ୟ ଶାସନ ସଚିବ ଥିବା ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କାର୍ଯ୍ୟକାଳ ଫେବୃଆରୀ ୨୮ ତାରିଖରେ ସରୁଛି । ୧୯୮୯ ବ୍ୟାଚ୍‌ର ଆଇଏଏସ୍ ଅଧିକାରୀ ପ୍ରଦୀପ ଜେନା ମାର୍ଚ୍ଚ ୧ରେ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିବେ । ଶ୍ରୀ ଜେନା ଏବେ ଉନ୍ନୟନ କମିଶନର, ସ୍ୱତନ୍ତ୍ର ରିଲିଫ୍ କମିଶନର ଅଛନ୍ତି ।

Leave A Reply

Your email address will not be published.