ଆଡ୍‌ଭୋକେଟ୍‌ ଜେନେରାଲ ଭାବେ ପୀତାମ୍ବରଙ୍କୁ ମିଳିଲା ନିଯୁକ୍ତି

ଭୁବନେଶ୍ୱର : ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟଙ୍କୁ ମିଳିଲା ବଡ଼ ଦାୟିତ୍ୱ । ପୀତାମ୍ବରଙ୍କୁ ଆଡ୍‌ଭୋକେଟ୍‌ ଜେନେରାଲ ଭାବେ ନିଯୁକ୍ତି ମିଳିଛି । ପୀତାମ୍ବରଙ୍କୁ ଏଜି ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ପୀତାମ୍ବରଙ୍କ ନିଯୁକ୍ତି ନେଇ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ଓଡ଼ିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ ହେଉଛନ୍ତି ପୀତାମ୍ବର ଆଚାର୍ଯ୍ୟ । ଆଇନ୍ କ୍ଷେତ୍ରରେ ତାଙ୍କ ଦୀର୍ଘଦିନର ଅଭିଜ୍ଞତା ରହିଛି ।

Leave A Reply

Your email address will not be published.