୬ ଜଣ ବରିଷ୍ଠ ନେତାଙ୍କୁ ବିଭିନ୍ନ ଜିଲ୍ଲା ପାଇଁ ସିନିୟର ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତି କଲା ବିଜେଡି

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ୬ ଜଣ ବରିଷ୍ଠ ନେତାଙ୍କୁ ବିଭିନ୍ନ ଜିଲ୍ଲା ପାଇଁ ସିନିୟର ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତି ଦେଇଛି ବିଜେଡି । ବିକ୍ରମ କେଶରୀ ଆରୁଖଙ୍କୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତି ଦେଇଥିବା ବେଳେ ଦେବୀ ପ୍ରସାଦ ମିଶ୍ରଙ୍କୁ ଗଞ୍ଜାମ, ନୟାଗଡ଼, କନ୍ଧମାଳ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର ସିନିୟର ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଇଛି ବିଜେଡି । ସେହିପରି ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, ବରଗଡ଼ ଜିଲ୍ଲା ପାଇଁ ନିରଞ୍ଜନ ପୂଜାରୀଙ୍କୁ ନିଯୁକ୍ତି ଦିଆଯାଇଥିବା ବେଳେ ସୌମ୍ୟରଞ୍ଜନ ପଟ୍ଟନାୟକ ତୁଲାଇବେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୋନପୁର, ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳ ଦାୟିତ୍ୱ ଦିଆଯାଇଛି । ପ୍ରସନ୍ନ ଆଚାର୍ଯ୍ୟଙ୍କୁ କଟକ, ଜଗତସିଂପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତି ମିଳିଛି । ସେହିପରି ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ସିନିୟର ପର୍ଯ୍ୟବେକ୍ଷକ ଦାୟିତ୍ୱ ବରିଷ୍ଠ ନେତା ମହେଶ୍ୱର ମହାନ୍ତିଙ୍କୁ ଦେଇଛି ବିଜେଡି । ନିର୍ଦ୍ଦେଶନାମାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମୋହର ମାରିଛନ୍ତି ।

Leave A Reply

Your email address will not be published.