ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ାକୁ ମା’ ପାଟ୍ଟଖଣ୍ଡା ଠାକୁରାଣୀ ଯାତ୍ରା ଦେଖିବା ପାଇଁ ଭିଣୋଇ ଘରକୁ ଆସିଥିବା ବେଳେ ଜଣେ ଯୁବକ ନିଖୋଜ ହୋଇଥିବା ନେଇ ବାଲିଗୁଡା ଥାନାରେ ଅଭିଯୋଗ ହୋଇଛି । ଘଟଣାରୁ ପ୍ରକାଶ ଯେ ରାଇକିଆ ଥାନା ଅନ୍ତର୍ଗତ ଗୁମାମାହା ଗ୍ରାମର ଭବାନୀ ଶଙ୍କର ପଣ୍ଡା ଓରଫ ଡିଲୁ ନିଜ ମାମୁଁ ପୁଅ ଭାଇ ସହ ମେ’ ୧୨ ତାରିଖ ଦିନ ବାଲିଗୁଡ଼ା ଠାକୁରାଣୀ ଯାତ୍ରା ଦେଖିବାକୁ ଆସିଥିଲେ । ପ୍ରଥମ ଦିନ ଯାତ୍ରା ଦେଖିବା ପରେ ପର ଦିନ ମଧ୍ୟ ଯାତ୍ରା ଦେଖିବାକୁ ଦୁଇ ଜଣ ଭାଇ ସନ୍ଧ୍ୟା ୪ଟା ସମୟରେ ବାହାରିଥିଲେ । କିନ୍ତୁ ସନ୍ଧ୍ୟା ୬ଟା ବେଳେ ହଠାତ୍ ଡ଼ିଲୁ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ସମ୍ମୁଖରୁ ନୂଆସାହି ଆଡ଼କୁ ଦୌଡ଼ି ପଳାଇଥିଲେ । ସେ ଏକ ଧଳା ସାର୍ଟକୁ ବ୍ଲୁ କଲର ଏକ ପ୍ୟାଣ୍ଟ ପିନ୍ଧି ଥିବା ବେଳେ ଆଜକୁ ଏକ ସପ୍ତାହ ହୋଇଥିଲେ ମଧ୍ୟ ଡିଲୁଙ୍କ ପତ୍ତା ମିଳୁନାହିଁ । ଡିଲୁ ବେଳେ ବେଳେ ମାନସିକ ଭାରସାମ୍ୟ ହରାଇ ପାଗଳ ପରି ହେଉଥିବା ମଧ୍ୟ ଜଣାପଡ଼ିଛି । ଏ ନେଇ ବାଲିଗୁଡ଼ା ଥାନାରେ ପରିବାର ଲୋକେ ଏକ ଏତଲା ଦେଇଥିବା ବେଳେ ପୁଲିସ ଏକ ନିଖୋଜ ମାମଲା ରୁଜୁ କରି ତଦନ୍ତ ଚଳାଇଛି । ଏ ନେଇ ଯଦି କୌଣସି ବ୍ୟକ୍ତି ଏହି ଯୁବକଙ୍କ ସନ୍ଧାନ ପାଆନ୍ତି, ତେବେ ନିକଟସ୍ଥ ଥାନାକୁ ଜଣାଇବା ପାଇଁ ଥାନା ଅଧିକାରୀ ବାବା ଶଙ୍କର ସରାଫ କହିଛନ୍ତି ।
Next Post