ଆର୍ଜିପଲ୍ଲୀର ଯୁବକ ସମୁଦ୍ରରେ ବୁଡ଼ି ନିଖୋଜ : ଉଦ୍ଧାର କାର୍ଯ୍ୟ ଜାରି

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ଛତ୍ରପୁର ନିକଟସ୍ଥ ଆର୍ଜିପଲ୍ଲୀ ସମୁଦ୍ରରେ ବୁଡ଼ି ଜଣେ ଯୁବକ ନିଖୋଜ ହୋଇଯାଇଥିବା ଜଣାପଡ଼ିଛି । ନିଖୋଜ ଯୁବକ ଜଣକ ସ୍ଥାନୀୟ ଅଞ୍ଚଳର ୨୨ବର୍ଷୀୟ ଯୁବକ ହେମନସେନ ବେହେରା ବୋଲି କୁହାଯାଉଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ, ଓଡ୍ରାଫ୍ ଓ ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଖବର ଅନୁଯାୟୀ ଗତକାଲି ସଂଧ୍ୟାରେ ହେମନ ତାଙ୍କ ସାଙ୍ଗମାନଙ୍କ ସହ ସମୁଦ୍ରକୁ ଗାଧୋଇବାକୁ ଆସିଥିଲେ । ଗାଧୋଇବା ବେଳେ ହେମନ ପାଣିରେ ଭାସି ଯାଇଥିଲେ । ତେବେ ଘଟଣାସ୍ଥଳରେ ଓଡ୍ରାଫ୍‌ ଟିମ୍‌ ଓ ଅଗ୍ନିଶମ କର୍ମଚାରୀ ପ୍ରମୁଖ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି । ଏପର୍ଯ୍ୟନ୍ତ ହେମନ ସେନଙ୍କ ପତ୍ତା ମିଳି ପାରିନଥିବା କୁହାଯାଉଛି ।

Leave A Reply

Your email address will not be published.