ହକି ବିଶ୍ୱକପ୍‌ ପାଇଁ ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭୁବନେଶ୍ୱର : ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ବୁଧବାର ଚେନ୍ନାଇରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ.ଷ୍ଟାଲିନ୍‌ଙ୍କୁ ଭେଟିଛନ୍ତି । ଓଡିଶାରେ ଆୟୋଜିତ ହେଉଥିବା ହକି ବିଶ୍ୱକପ୍‌ ପାଇଁ ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଆନୁଷ୍ଠାନିକ ଭାବେ ନିମନ୍ତ୍ରଣପତ୍ର ପ୍ରଦାନ କରିଛନ୍ତି । ସେ ତାମିଲନାଡୁର କ୍ରୀଡାମନ୍ତ୍ରୀ ଉଦୟନିଧି ଷ୍ଟାଲିନ୍‌ଙ୍କୁ ମଧ୍ୟ ନିମନ୍ତ୍ରଣ କରିଥିବା ଜଣାପଡିଛି । ପ୍ରକାଶ ଯେ, ହକି ବିଶ୍ୱକପ୍‌ ପାଇଁ ଦେଶର ସମସ୍ତ ମୁଖ୍ୟମନ୍ତ୍ରୀଙ୍କୁ ଓଡିଶା ନିମନ୍ତ୍ରଣ କରିବ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ନିଷ୍ପତ୍ତି ପରେ ୧୯ ଜଣ ମନ୍ତ୍ରୀ ବିଭିନ୍ନ ରାଜ୍ୟକୁ ଯାଇ ଆନୁଷ୍ଠାନିକ ଭାବେ ନିମନ୍ତ୍ରଣପତ୍ର ପ୍ରଦାନ କରିବାକୁ ସ୍ଥିର ହୋଇଥିଲା । ସେହି କ୍ରମରେ ମନ୍ତ୍ରୀ ଶ୍ରୀ ନାୟକ ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କୁ ଆନୁଷ୍ଠାନିକ ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି ।

Leave A Reply

Your email address will not be published.