ସୁରକ୍ଷାବାହିନୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିପାତ

ଶ୍ରୀନଗର : ଜମ୍ମୁ-କାଶ୍ମୀରର ଅନନ୍ତନାଗ ଜିଲ୍ଲାର କୋକେରନାଗର ଟେଙ୍ଗପୋ ଗ୍ରାମରେ ସୋମବାର ସୁରକ୍ଷାବାହିନୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି । ଏଥିରେ ୨ ଜଣ ଆତଙ୍କବାଦୀଙ୍କର ମୃତ୍ୟୁ ଘଟିଛି । ଏନେଇ କାଶ୍ମୀର ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି । ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିବା ପରେ ସୁରକ୍ଷାବାହିନୀ ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ କରାଯାଇଥିଲା । ବର୍ତ୍ତମାନ ମଧ୍ୟ ସର୍ଚ୍ଚ ଅପରେସନ ଜାରି ରହିଛି ବୋଲି ସୂଚନା ମିଳିଛି ।

Leave A Reply

Your email address will not be published.

fourteen + 12 =