oom

ନିର୍ବାଚନ କମିଶନଙ୍କ ସୁରକ୍ଷା ବ୍ୟବସ୍ଥା ସଂପର୍କରେ ସମୀକ୍ଷା

jsmm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପରେ ଆସନ୍ତା ୨୬, ୨୭ ଏବଂ ୨୮ ତାରିଖରେ ସମସ୍ତ ବ୍ଲକ୍‌ ମୁଖ୍ୟାଳୟଠାରେ ତିନିଦିନଧରି ଭୋଟ ଗଣନା କାର୍ଯ୍ୟ କରାଯିବ । ଭୋଟଗଣନା କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ସମ୍ଭାବ୍ୟ ଆଇନଶୃଙ୍ଖଳା ପରିସ୍ଥିତିର ନିୟନ୍ତ୍ରଣ ଏବଂ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ଆଜି ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ, ପୁଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ ଏବଂ ଅତିରିକ୍ତ ପୁଲିସ ମହାନିର୍ଦ୍ଦେଶକ ଆର୍‌.କେ. ଶର୍ମାଙ୍କ ସହ ସୁରକ୍ଷା ସଂପର୍କିତ ସମୀକ୍ଷା ବୈଠକ କରିଥିଲେ । ଭୋଟଗଣତି କେନ୍ଦ୍ର ବାହାରେ, ବିଶେଷ କରି ଭୋଟଗଣତି ସମୟରେ ହେବାକୁ ଥିବା ଭିଡ଼କୁ କିପରି ନିୟନ୍ତ୍ରଣ କରାଯାଇପାରିବ ଓ ଭୋଟଗଣତି କାର୍ଯ୍ୟ ରାତି ପର୍ଯ୍ୟନ୍ତ ଚାଲିଲେ, ସେ ସମୟରେ ସମ୍ଭାବ୍ୟ ଆଇନଶୃଙ୍ଖଳା ରକ୍ଷା ସଂପର୍କରେ ବିସ୍ତୃତ ଭାବେ ଆଲୋଚନା ହୋଇଛି । କୌଣସି ପରିସ୍ଥିତିରେ କୌଣସିଠାରେ ଯେପରି ବିଶୃଙ୍ଖଳା ନ ଉପୁଜିବ ସେ ଦିଗରେ ତୀକ୍ଷ୍‌ଣ ଦୃଷ୍ଟିଦେବାକୁ ସଂପୃକ୍ତ ଜିଲ୍ଲା ଆରକ୍ଷୀ ଅଧୀକ୍ଷକମାନଙ୍କୁ ନିର୍ଦ୍ଦେଶ ଦିଆଯିବ ଓ ପର୍ଯ୍ୟାପ୍ତ ସୁରକ୍ଷା ବ୍ୟବସ୍ଥା କରିବାକୁ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ସମୀକ୍ଷା ବୈଠକରେ ନିର୍ବାଚନ ଆୟୋଗଙ୍କ ସଚିବ ରବିନ୍ଦ୍ରନାଥ ସାହୁ, ସ୍ୱତନ୍ତ୍ର ସଚିବ ରଘୁରାମ ଆର୍‌, ଆୟାର ପ୍ରମୁଖ ଉପସ୍ଥିତ ଥିଲେ ।

jittmm
Leave A Reply

Your email address will not be published.