jayashree

୨୦୨୪ ନିର୍ବାଚନ ପାଇଁ ବିଜେଡିର ପ୍ରସ୍ତୁତି ବୈଠକ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ବିଜେଡି ଲୋକସଭା ପ୍ରାର୍ଥୀ ଅରୂପ ପଟ୍ଟନାୟକଙ୍କ ବେରବୋଇ ଉଦୟପୁର ସ୍ଥିତ ବାସଭବନରେ ଶୁକ୍ରବାର ୨୦୨୪ ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଡେଲାଙ୍ଗ ବ୍ଲକ ବିଜେଡି ସଭାପତି ବୈରାଗୀ ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବିଜେଡି ଲୋକସଭା ପ୍ରାର୍ଥୀ ଅରୂପ ପଟ୍ଟନାୟକ, ପିପିଲି ବିଧାୟକ ରୁଦ୍ରପ୍ରତାପ ମହାରଥୀ, ବ୍ଲକ ଅଧ୍ୟକ୍ଷା ବାସନ୍ତୀ ସାହୁ, ଉପାଧ୍ୟକ୍ଷ ଦୁର୍ବାଶା ନିଶଙ୍କ, ଜିଲ୍ଲା ପରିଷଦ ସଭ୍ୟ ପ୍ରସନ୍ନ କୁମାର ସାହୁ, ପ୍ରାକ୍ତନ ଜିଲ୍ଲା ପରିଷଦ ସଭ୍ୟ ମଳୟ ମହାନ୍ତି, ଆତ୍ମା ସଭାପତି ମିନତୀ ସେନାପତି, ଛାତ୍ର ବିଜେଡି ସଭାପତି ସୁଦୀପ୍ତ କୁମାର ନାୟକଙ୍କ ସମେତ ବିଭିନ୍ନ ଗ୍ରାମପଞ୍ଚାୟତର ସରପଞ୍ଚ, ସମିତିସଭ୍ୟ ଓ ବିଜେଡି ଯୁବ, ଛାତ୍ର, ମହିଳା ଦଳର ଶତାଧିକ ନେତୃବୃନ୍ଦ, କର୍ମୀ, ସମର୍ଥକ, ଶୁଭେଚ୍ଛୁମାନେ ଉପସ୍ଥିତ ଥିଲେ । ଆଗକୁ ନିର୍ବାଚନରେ କିପରି ବିଧାନସଭା ଓ ଲୋକସଭାରେ ପୁଣି ବିଜେଡି ବାଜିମାତ କରିବ ସେ ସମ୍ପର୍କରେ ବିସ୍ତୃତ ଆଲୋଚନା ଓ ରଣନୀତି ପ୍ରସ୍ତୁତ କରାଯାଇଥିଲା । କର୍ମୀମାନଙ୍କୁ ଗୁରୁମନ୍ତ୍ର ଦେବାସହ ଲୋକସଭା ଓ ବିଧାନସଭାର ପ୍ରାର୍ଥୀ ଦ୍ୱୟଙ୍କୁ ବିପୁଳ ସଂଖ୍ୟାରେ ବିଜୟୀ କରିଵା ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ୬ଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ କରିବାକୁ ଶପଥ ନେଇଥିଲେ ।

Leave A Reply

Your email address will not be published.