କନ୍ଧମାଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ସଭା : ବିରୋଧୀଙ୍କ ଆତ୍ମପ୍ରଚାରରୁ ଦୂରେଇ ରହିବାକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆହ୍ୱାନ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୁଲବାଣୀ ଠାରେ ନିର୍ବାଚନ ସଭାରେ ଯୋଗ ଦେଇଛନ୍ତି । କନ୍ଧମାଳ ଷ୍ଟାଡିୟମ୍‌ ଠାରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରି ବିଜୁ ଜନତା ଦଳକୁ ବିଜୟୀ କରିବା ପାଇଁ ନିବେଦନ କରିଛନ୍ତି । ଗତ ୨୫ ବର୍ଷ ଧରି କ୍ରମାଗତ ଭାବେ ରାଜ୍ୟରେ ବିକାଶ ପ୍ରକ୍ରିୟା ଜାରୀ ରହିଥିବା ସହ ଏହି ପ୍ରକ୍ରିୟାକୁ ତ୍ୱରାନ୍ୱିତ ପାଇଁ ଷଷ୍ଠ ଥର ପାଇଁ ବିଜେଡିକୁ କ୍ଷମତାକୁ ଆଣିବା ପାଇଁ ନିବେଦନ କରିଥିଲେ । ଏହା ସହିତ ବିରୋଧୀଙ୍କ ଆତ୍ମପ୍ରଚାରରୁ ଦୂରେଇ ରହିବାକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆହ୍ୱାନ ଦେଇଥିଲେ । ୫-ଟି ଅଧ୍ୟକ୍ଷ ଭି. କେ. ପାଣ୍ଡିୟନ ସମ୍ବୋଧନ ଦେଇ ନବୀନଙ୍କୁ ବିକାଶ ପୁରୁଷ ବୋଲି ଅଭିହିତ କରିଥିଲେ । ବିରୋଧୀ ଦଳମାନଙ୍କ ପ୍ରତି କଟାକ୍ଷ କରି ସେମାନେ କେବଳ କଥାରେ କୁହନ୍ତି, ନବୀନ ପଟ୍ଟନାୟକ କାମ କରି ଦେଖାନ୍ତି ବୋଲି କହିଥିଲେ ପାଣ୍ଡିଆନ । ବିଜେପି ୨୦୧୪ରେ ଦେଇଥିବା କୌଣସି ପ୍ରତିଶୃତି ପାଳନ କରିନାହିଁ ବୋଲି ସେ କହିଥିଲେ । ଏହି ଜନସଭାରେ କନ୍ଧମାଳ ଲୋକସଭା ଆସନ ପାଇଁ ଦଳୀୟ ପ୍ରାର୍ଥୀ ଅଚ୍ୟୁତା ନନ୍ଦ ସାମନ୍ତଙ୍କ ସହିତ ସମସ୍ତ ସାତଟି ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀମାନେ ଯୋଗଦେଇ ଭୋଟ ଭିକ୍ଷା କରିଥିଲେ । ମୁଖ୍ୟମନ୍ତ୍ରୀ ପ୍ରାୟ ଏକ ଘଣ୍ଟା ବିଳମ୍ବରେ ଏଠାରେ ପହଞ୍ଚି ଥିଲେ । ବର୍ଷା ସତ୍ୱେ ହଜାର ହଜାର ଲୋକ ମୁଖ୍ୟମନ୍ତ୍ରୀଙ୍କୁ ଦେଖିବା ପାଇଁ ଅପେକ୍ଷା କରି ରହିଥିଲେ । ଜିଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଲ୍ଲିକ ସ୍ୱାଗତ ଭାଷଣ ଦେଇଥିବା ବେଳେ ଜିଲା ବିଜେଡି ସଭାପତି ଅଙ୍ଗଦ କହଁର ଧନ୍ୟବାଦ ଅର୍ପଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜିଲା ପର୍ଯ୍ୟବେକ୍ଷକ ବିଜୟ ନାୟକ ଓ ସମଗ୍ର ଜିଲ୍ଲାର ଦଳୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ ।

Leave A Reply

Your email address will not be published.

ten − eight =