ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା, ଆଇନ ମନ୍ତ୍ରୀ ଓ ସଂସ୍କୃତି ମନ୍ତ୍ରୀଙ୍କୁ କାଲିଠାରୁ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ପୁରୀରେ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

  • ରଥଯାତ୍ରାର ଅବଶିଷ୍ଟ ରୀତିନୀତି ଯେପରି ଶ୍ରୁଙ୍ଖଳିତ ହେବ, ସୁନିଶ୍ଚିତ କରିବାକୁ ପରାମର୍ଶ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ପୁରୀ ଯାଇ ରଥଯାତ୍ରାର ଅବଶିଷ୍ଟ ରୀତିନୀତି ନିରୀକ୍ଷଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ନିଳାଦ୍ରୀ ବିଜେ ସରିବା ପର୍ଯ୍ୟନ୍ତ ପୁରୀ ଠାରେ ସକ୍ରିୟ ଭାବେ ଉପସ୍ଥିତ ରହି ଶ୍ରୀଗୁଣ୍ଡିଚା ଯାତ୍ରାର ଅବଶିଷ୍ଟ ରୀତିନୀତି ଯେପରି ସୁବ୍ୟବସ୍ଥିତ ଓ ଶୃଙ୍ଖଳିତ ଭାବେ ଅନୁଷ୍ଠିତ ହେବ ଏବଂ ଶ୍ରଦ୍ଧାଳୁ ତଥା ଭକ୍ତମାନଙ୍କର କୌଣସି ଅସୁବିଧା ବା ନହେବ ତାହା ସୁନିଶ୍ଚିତ କରିବାକୁ ଯତ୍ନବାନ ହେବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପରାମର୍ଶ ଦେଇଛନ୍ତ ।

Leave A Reply

Your email address will not be published.