ଭୁବନେଶ୍ୱର, (କେପିଏନ୍ଏସ୍) : ଗଞ୍ଜାମ ଜିଲ୍ଲାର ନିର୍ମାଣାଧିନ ସେତୁଗୁଡିକର କାର୍ଯ୍ୟ ଶୀଘ୍ର ସମାପ୍ତ କରିବା ପାଇଁ RDOOdisha ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ ନିର୍ଦ୍ଦେଶ ଦେଇଛନ୍ତି । ଜିଲ୍ଲା ଗସ୍ତରେ ଯାଇ ସିଂ ବ୍ରହ୍ମପୁର ଗ୍ରାମ୍ୟ ନିର୍ମାଣ ମଣ୍ଡଳ କାର୍ଯ୍ୟଳୟରେ ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରିଛନ୍ତି । ଗଞ୍ଜାମ ଜିଲ୍ଲାପାଳଙ୍କ ଉପସ୍ଥିତିରେ ଅନୁଷ୍ଠିତ ଏହି ବୈଠକରେ କାର୍ଯ୍ୟ ତ୍ୱରାନ୍ୱିତ କରିବା ପାଇଁ ଯନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେବା ସହିତ ବିଳମ୍ବ ହେଲେ ସଂପୃକ୍ତ ଅଧିକାରୀ ଉତ୍ତରଦାୟୀ ରହିବେ ବୋଲି କହିଥିଲେ ଶ୍ରୀ ସିଂ । ପୂର୍ବାହ୍ନରେ ଶ୍ରୀ ସିଂ ବିଭିନ୍ନ ନିର୍ମାଣାଧିନ କାର୍ଯ୍ୟର କ୍ଷେତ୍ରସ୍ତରୀୟ ଅଗ୍ରଗତି ସମୀକ୍ଷା କରିଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।