oum

ବନ୍ୟା ନିୟନ୍ତ୍ରଣ ପାଇଁ ନଦୀ ବନ୍ଧର ସୁଦୃଢ଼ୀକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

jsm
  • ଚାରିଟି ବୈଷୟିକ କମିଟି ଗଠନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
  • ବନ୍ୟା ପରିଚାଳନା ନୀତି, ମହାନଦୀ ରିଯୁଭେନେସନ ଓ ରୁଲ କର୍ଭ ସମୀକ୍ଷା, ଜଳ ସଂରକ୍ଷଣ ନୀତି ଏବଂ ଅନ୍ତଃ ନଦୀ ଜଳ ପଥର ଉନ୍ନତି ପାଇଁ ଗଠନ ହେବ କମିଟି
  • ୧୦୦ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜଳସମ୍ପଦ ବିଭାଗର ବରିଷ୍ଠ ଅଧିକାରୀ ମାନଙ୍କ ସହ ଚଳିତ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମ୍ପର୍କୀୟ ସମୀକ୍ଷା ବୈଠକ କରିଥିଲେ । ଏହି ସମୀକ୍ଷା ବୈଠକରେ ବିଭାଗୀୟ ଅଧିକାରୀ ମାନଙ୍କୁ ସମସ୍ତ ଦୁର୍ବଳ ନଦୀବନ୍ଧ ମାନଙ୍କର ତୁରନ୍ତ ସୁଦୃଢ଼ୀକରଣ କରାଇବା ସହ ବନ୍ୟା ସମୟରେ ସଜାଗ ରହି ଆବଶ୍ୟକୀୟ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଏତଦ୍ ବ୍ୟତୀତ ମୁଖ୍ୟମନ୍ତ୍ରୀ ଜଳ ସମ୍ପଦ ବିଭାଗର ବିଭିନ୍ନ ଯୋଜନା ଅଧୀନରେ ଚାଲୁ ରହିଥିବା କାର୍ଯ୍ୟ ସମ୍ପର୍କରେ ସବିଶେଷ ସମୀକ୍ଷା କରି ଧାର୍ଯ୍ୟ ସମୟ ଅବଧି ମଧ୍ୟରେ ପ୍ରକଳ୍ପ ଗୁଡିକୁ ସଂପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ନିର୍ବାଚନ ଇସ୍ତାହାରରେ ଦିଆଯାଇଥିବା ଚାରିଗୋଟି ପ୍ରମୁଖ ପ୍ରତିଶୃତି ଯଥା;
(୧) ଉତ୍ତମ ବନ୍ୟା ନିୟନ୍ତ୍ରଣ ଓ ପରିଚାଳନା ପାଇଁ ନୀତି ନିର୍ଦ୍ଧାରଣ
(୨) ମହାନଦୀ ଜରହଙ୍କଙ୍ଖରଦ୍ଭବଗ୍ଧସକ୍ଟଦ୍ଭ ଓ ଜଙ୍କକ୍ଷର ଉଙ୍କକ୍ସଙ୍ଖର ର ସମୀକ୍ଷା
(୩) ଜଳ ସଂରକ୍ଷଣ ନୀତି ପ୍ରସ୍ତୁତ କରିବା
(୪) ଅନ୍ତଃ ନଦୀ ଜଳ ପଥର ଉନ୍ନତି କରଣ ଓ ସମୟାନୁକ୍ରମିକ ଜଳଭଣ୍ଡାରରୁ ପଟୁ ଉଦ୍ଧାର ଓ ଖନନ ଆଦି କାର୍ଯ୍ୟ ପାଇଁ ବୈଷୟିକ କମିଟି ଗଠନ କରାଯାଇ ୧୦୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଏହି ସମୀକ୍ଷା ବୈଠକରେ ଉନ୍ନୟନ କମିଶନର ତଥା ଜଳ ସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ତଥା ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.